ଆଜି ସାରା ଦେଶରେ ଗଣେଶ ପୂଜା ପାଳନ କରାଯାଉଛି । ଗଣେଶ ଗଜାନନ ରୂପରେ ହିଁ ସର୍ବତ୍ର ପରିଚିତ। ବିଘ୍ନହନ୍ତା ରୂପରେ ମଧ୍ୟ ତାଙ୍କୁ ପୂଜା କରାଯାଏ। ଆଉମଧ୍ୟ ସେ ଆଦ୍ୟପୂଜିତ ଓ ବିଘ୍ନେଶ। ତା ସହିତ ସେ ହେଉଛନ୍ତି ବୁଦ୍ଧି, ବିଦ୍ୟା ବା ଜ୍ଞାନର ଦେବତା, ବିଦ୍ୟାଦାତା। ସେ ପ୍ରତ୍ୟେକ ପୂଜାର ପ୍ରାରମ୍ଭରେ ପୂଜିତ ହୁଅନ୍ତି ଓ ବିଦ୍ୟାରମ୍ଭରେ ମଧ୍ୟ ତାଙ୍କରି ଆବାହନ କରାଯାଇଥାଏ। ଗଣେଶଙ୍କ ଅନ୍ୟ କେତେକ ନାମ ହେଲା : ସୁମୂଖ, ବିଘ୍ନହର୍ତ୍ତା, ବିଘ୍ନହର, ଧୂମ୍ରକେତୁ, ଗଣାଧ୍ୟକ୍ଷ, ବ୍ରହ୍ମଣସ୍ପତୀ, ମୟୂରେଶ୍ୱର, ବିଘ୍ନେଶ୍ୱର ଓ ଶୂର୍ପକର୍ଣ ଇତ୍ୟାଦି । ମୁମ୍ବାଇ, ଜିଏସ୍ବି ସେବା ମଣ୍ଡଳର ‘ମହାଗଣପତି’ ସମ୍ଭବତଃ ଦେଶର ସବୁଠୁ ଧନୀ ଗଣେଶ ମୂର୍ତ୍ତି। ଏହାକୁ ଯେଭଳି ସାଜସଜ୍ଜା କରାଯାଇଥାଏ ତାହାକୁ ନେଇ ସବୁବେଳେ ଚର୍ଚ୍ଚା ହୋଇଥାଏ। ଚଳିତବର୍ଷ ଏହି ଗଣେଶ ମୂର୍ତ୍ତିକୁ ୬୬.୫ କିଗ୍ରା ସୁନା ଅଳଙ୍କାର, ୨୯୫ କିଗ୍ରାରୁ ଅଧିକ ରୁପା ଅଳଙ୍କାର ଏବଂ ଅନ୍ୟାନ୍ୟ ମୂଲ୍ୟବାନ ଧାତୁରେ ସଜ୍ଜିତ କରାଯିବ। ମୁମ୍ବାଇର ପୂର୍ବ ଭାଗରେ କିଙ୍ଗ୍ସ ସର୍କଲରେ ଉକ୍ତ ଗଣେଶ ପୂଜା ୬୯ ବର୍ଷ ହେଲା ହୋଇ ଆସୁଛି। ସୁରକ୍ଷା ବ୍ୟବସ୍ଥା ପାଇଁ ଏଠାରେ ଫେସ ରିକଗନିସନ ବ୍ୟବସ୍ଥା ହୋଇଛି। ଚଳିତବର୍ଷ ଏହି ପୂଜା ପାଇଁ ୩୬୦.୪୦ କୋଟି ଟଙ୍କାର ବୀମା ପୂଜା କମିଟି ପକ୍ଷରୁ ନିଆଯାଇଛି। ଉତ୍ତରପ୍ରଦେଶରେ ରାମ ମନ୍ଦିରର ନିର୍ମାଣ ଏବଂ ଉନ୍ମୋଚନ ଉପଲକ୍ଷେ ଏଠାରେ ହୋମ କରାଯିବ ବୋଲି କର୍ତ୍ତୃପକ୍ଷ କହିଛନ୍ତି।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Prev Post
Next Post