ଆଜି ସାରା ଦେଶରେ ଗଣେଶ ପୂଜା ପାଳନ କରାଯାଉଛି । ଗଣେଶ ଗଜାନନ ରୂପରେ ହିଁ ସର୍ବତ୍ର ପରିଚିତ। ବିଘ୍ନହନ୍ତା ରୂପରେ ମଧ୍ୟ ତାଙ୍କୁ ପୂଜା କରାଯାଏ। ଆଉମଧ୍ୟ ସେ ଆଦ୍ୟପୂଜିତ ଓ ବିଘ୍ନେଶ। ତା ସହିତ ସେ ହେଉଛନ୍ତି ବୁଦ୍ଧି, ବିଦ୍ୟା ବା ଜ୍ଞାନର ଦେବତା, ବିଦ୍ୟାଦାତା। ସେ ପ୍ରତ୍ୟେକ ପୂଜାର ପ୍ରାରମ୍ଭରେ ପୂଜିତ ହୁଅନ୍ତି ଓ ବିଦ୍ୟାରମ୍ଭରେ ମଧ୍ୟ ତାଙ୍କରି ଆବାହନ କରାଯାଇଥାଏ। ଗଣେଶଙ୍କ ଅନ୍ୟ କେତେକ ନାମ ହେଲା : ସୁମୂଖ, ବିଘ୍ନହର୍ତ୍ତା, ବିଘ୍ନହର, ଧୂମ୍ରକେତୁ, ଗଣାଧ୍ୟକ୍ଷ, ବ୍ରହ୍ମଣସ୍ପତୀ, ମୟୂରେଶ୍ୱର, ବିଘ୍ନେଶ୍ୱର ଓ ଶୂର୍ପକର୍ଣ ଇତ୍ୟାଦି । ମୁମ୍ବାଇ, ଜିଏସ୍ବି ସେବା ମଣ୍ଡଳର ‘ମହାଗଣପତି’ ସମ୍ଭବତଃ ଦେଶର ସବୁଠୁ ଧନୀ ଗଣେଶ ମୂର୍ତ୍ତି। ଏହାକୁ ଯେଭଳି ସାଜସଜ୍ଜା କରାଯାଇଥାଏ ତାହାକୁ ନେଇ ସବୁବେଳେ ଚର୍ଚ୍ଚା ହୋଇଥାଏ। ଚଳିତବର୍ଷ ଏହି ଗଣେଶ ମୂର୍ତ୍ତିକୁ ୬୬.୫ କିଗ୍ରା ସୁନା ଅଳଙ୍କାର, ୨୯୫ କିଗ୍ରାରୁ ଅଧିକ ରୁପା ଅଳଙ୍କାର ଏବଂ ଅନ୍ୟାନ୍ୟ ମୂଲ୍ୟବାନ ଧାତୁରେ ସଜ୍ଜିତ କରାଯିବ। ମୁମ୍ବାଇର ପୂର୍ବ ଭାଗରେ କିଙ୍ଗ୍ସ ସର୍କଲରେ ଉକ୍ତ ଗଣେଶ ପୂଜା ୬୯ ବର୍ଷ ହେଲା ହୋଇ ଆସୁଛି। ସୁରକ୍ଷା ବ୍ୟବସ୍ଥା ପାଇଁ ଏଠାରେ ଫେସ ରିକଗନିସନ ବ୍ୟବସ୍ଥା ହୋଇଛି। ଚଳିତବର୍ଷ ଏହି ପୂଜା ପାଇଁ ୩୬୦.୪୦ କୋଟି ଟଙ୍କାର ବୀମା ପୂଜା କମିଟି ପକ୍ଷରୁ ନିଆଯାଇଛି। ଉତ୍ତରପ୍ରଦେଶରେ ରାମ ମନ୍ଦିରର ନିର୍ମାଣ ଏବଂ ଉନ୍ମୋଚନ ଉପଲକ୍ଷେ ଏଠାରେ ହୋମ କରାଯିବ ବୋଲି କର୍ତ୍ତୃପକ୍ଷ କହିଛନ୍ତି।
Trending
- ରାଜ୍ୟରେ ୩୦ ତାରିଖ ଯାଏଁ ବସ୍ ଧର୍ମଘଟ ସ୍ଥଗିତ ,ବସ୍ ଭଡ଼ା ବୃଦ୍ଧି ହେବା ନେଇ ଆଜି ବସିଥିବା ଦ୍ୱିପାକ୍ଷିୟ ବୈଠକ ଅପାତତଃ ସଫଳ
- ଆଇଡବ୍ଲୁଟି କୁ ନେଇ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛି ଭାରତ, ଯେଉଁ ପର୍ଯ୍ୟନ୍ତ ପାକିସ୍ତାନ ଆତଙ୍କବାଦକୁ ବନ୍ଦ ନ କରିଛି ସେ ପର୍ଯ୍ୟନ୍ତ ଏହି ସନ୍ଧି ସ୍ଥଗିତ ରହିବ
- ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାର ତଦନ୍ତ ସାରି ଦିଲ୍ଲୀ ଫେରିଲା NHRC ଟିମ୍ ,ADG ଦୟାଲ ଗଙ୍ଗୱାରଙ୍କ ସମେତ ଅନ୍ୟ ସମସ୍ତଙ୍କୁ ପଚରାଉଚରା ହୋଇଛି
- ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଚାଲିଥିବା ପରିଚାଳନା କମିଟି ବୈଠକ ଶେଷ,ନୀଳାଦ୍ରି ବିଜେ ପରେ ଗଣତି ମଣତି କାର୍ଯ୍ୟ ହେବ
- ଖାନ ସାରଙ୍କ ବିରୋଧରେ ହତ୍ୟା ଉଦ୍ୟମ ଏବଂ ଅସ୍ତ୍ରଶସ୍ତ୍ର ଆଇନ ଉଲ୍ଲଙ୍ଘନ ଅନୁଯାୟୀ ଏକ ମାମଲା ରୁଜୁ
- ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲ କଲେ ଦେବାଶିଷ ସାମନ୍ତରାୟ
- କନଷ୍ଟେବଳ ସୌମ୍ୟରଞ୍ଜନ ମୃତ୍ୟୁ ଘଟଣା: ଆଜି NHRC ତଦନ୍ତର ଶେଷ ଦିନ
- ନବ ନିର୍ମିତ ତାଳବଣିଆ ଥାନା କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷଙ୍କୁ ପ୍ରାର୍ଥୀ କଲା ବିଜେପି
- ଭାରତ ଓ ରୁଷ ମଧ୍ୟରେ ବଡ଼ ଧରଣର ବିମାନ ଚୁକ୍ତି ସ୍ୱାକ୍ଷରିତ
Prev Post
Next Post