ଭୁବନେଶ୍ୱର: ଯାଜପୁର ବିଞ୍ଛାରପୁର ବିଧାୟିକା ତଥା ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ବାଚସ୍ପତି ପ୍ରାର୍ଥୀ ଭାବେ ବିଜେଡି ଘୋଷଣା କରିଛି | ନୂଆଁଖାଇ ପାଇଁ ୨୧ ପରିବର୍ତ୍ତେ ୨୨ ତାରିଖରେ ବାଚସ୍ପତି ନିର୍ବାଚନ ହେବ । ୨୧ ତାରିଖରେ ନାମାଙ୍କନ ଦାଖଲ ହେବାକୁ ଥିବା ବେଳେ ୨୨ ତାରିଖ ସକାଳ ୯.୩୦ରେ ନିର୍ବାଚନ ହେବ। ସେପ୍ଟେମ୍ବର ୨୨ରୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଥିବାବେଳେ ଏହିଦିନ ସକାଳ ୯ଟା ୩୦ରେ ବାଚସ୍ପତି ନିର୍ବାଚନ ହେବ।ବିଜେଜିର ପଞ୍ଚମ ପାଳି ସରକାରରେ ରାଜସ୍ୱ ମନ୍ତ୍ରୀ ଥିବା ପ୍ରମିଳା ୬ ଥର ବିଧାୟିକା ହୋଇସାରିଛନ୍ତି। ସେହିଭଳି ବିଜେଡି ସରକାରରେ ଏକାଧିକ ବାର ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱରେ ମନ୍ତ୍ରୀ ରହିଥିଲେ। ପ୍ରମିଳା ମଲ୍ଲିକ ବାଚସ୍ପତି ହେଲେ ସେ ହେବେ ଓଡ଼ିଶା ବିଧାନସଭାର ପ୍ରଥମ ମହିଳା ବାଚସ୍ପତି। ୧୯୯୦ ମସିହାରେ ସେ ଓଡ଼ିଶା ବିଧାନ ସଭାର ୧୦ମ ସଭାକୁ ଜନତା ଦଳର ପ୍ରତିନିଧି ଭାବରେ ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ପ୍ରଥମ ଥର ପାଇଁ ନିର୍ବାଚିତ ହୋଇଥିଲେ । ପରବର୍ତ୍ତୀ ସମୟରେ ସେ ପୁଣିଥରେ ୨୦୦୦ ମସିହା ଓଡ଼ିଶା ସାଧାରଣ ନିର୍ବାଚନରେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ସେହି ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ଏହାପରେ ସେ ଲଗାତାର ୨୦୦୪ ମସିହାରେ ୧୩ଶ, ୨୦୦୯ ମସିହାରେ ୧୪ଶ ଏବଂ ୨୦୧୪ ମିସିହାରେ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ପ୍ରମିଳା ପ୍ରଥମଥର ପାଇଁ ୨୦୦୪ ମସିହାରେ ୧୩ଶ ଓଡ଼ିଶା ବିଧାନ ସଭାର ମନ୍ତ୍ରୀମଣ୍ଡଳରେ ମନ୍ତ୍ରୀ ହୋଇଥିଲେ । ସେ ମହିଳା ଓ ଶିଶୁ ବିକାଶ ବିଭାଗର ମନ୍ତ୍ରୀ ଥିଲେ ।
Trending
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ
- ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ, ଚଳିତ ମାସ ୧୫ ତାରିଖ ସକାଳ ୯ଟା ୪୦ରୁ ୯ଟା ୫୪ ମଧ୍ୟରେ ଲଗ୍ନ ସ୍ଥିର
- ପିଲାଦିନକୁ ମରିବାକୁ ଦେବା ଉଚିତ୍ ନୁହେଁ ବରଂ ବଞ୍ଚାଇ ରଖିବା ହେଉଛି ଶିକ୍ଷକଙ୍କ କାମ – ମୋଦୀ
- ଯୁଦ୍ଧ ସମୟରେ ସବୁଠାରୁ ଦୀର୍ଘ ସମୟ ପ୍ରଧାନମନ୍ତ୍ରୀ ରହିବାର ରେକର୍ଡ କଲେ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି, ମୋଦୀ ଜଣାଇଲେ ଶୁଭେଚ୍ଛା
- ଆନ୍ଦୋଳନକାରୀଙ୍କ ବାପାଙ୍କୁ ଆକ୍ରମଣ କରି ଗୁରୁତର ଆହତ କରିଥିବା ଅଭିଯୋଗରେ ଇନଫ୍ଲୁଏନ୍ସର ସ୍ୱତନ୍ତ୍ର ଭରଦ୍ୱାଜ ଗିରଫ
- ଆଜିଠୁ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ,ବୈଠକକୁ ଉଦଘାଟନ କରିବେ ରାଷ୍ଟ୍ରୀୟ ସାଧାରଣ ସଂପାଦକ ସୁନୀଲ ବଂଶଲ
- ମଣିଷ ଗଢ଼ୁଥିବା ଗୁରୁଙ୍କୁ ସମ୍ମାନର ଦିନ , ଗୁରୁ ଦିବସ ପାଇଁ ଚଳଚଞ୍ଚଳ ବିଭିନ୍ନ ଶିକ୍ଷାନୁଷ୍ଠାନ
- ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି , ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଗଲା ଟଙ୍କା
Prev Post
Next Post