ଭୁବନେଶ୍ଵର: ରାଜ୍ୟର ୪୪ ଲକ୍ଷ ୫୬ ହଜାର ଚାଷୀ ପରିବାର କାଳିଆ ସହାୟତା ପାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଚାଷୀ ଆମର ଗୌରବ। ମୋ ରାଜ୍ୟର ଚାଷୀ ପରିବାର ସମ୍ମାନର ସହ, ସ୍ୱାଭିମାନର ସହ ବଂଚୁ ବୋଲି ସେ ଚାହାନ୍ତି। ବିକାଶର ସୁଫଳରେ ଚାଷୀ ସାମିଲ ହେଉ ବୋଲି ସେ କହିଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଜି ପର୍ଯ୍ୟନ୍ତ କାଳିଆ ଯୋଜନାରେ ରାଜ୍ୟର ଚାଷୀ ଭାଇ ଭଉଣୀ ମାନଙ୍କୁ ୧୨,୫୦୦ କୋଟି ଟଙ୍କାର ସହାୟତା ଦିଆଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନଫରେନ୍ସ ଜରିଆରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଏହି ସହାୟତା ପ୍ରଦାନ କରିଛନ୍ତି। ରବି ଫସଲ ପାଇଁ ଏହି ସହାୟତା ଦିଆଯାଇଛି। ପ୍ରତ୍ୟେକ ଚାଷୀ ପରିବାରଙ୍କ ବ୍ୟାଙ୍କ୍ ଆକାଉଣ୍ଟକୁ ୨୦୦୦ ଟଙ୍କା ଦିଆ ଯାଇଛି। ଏଥିରେ ୪୩ ଲକ୍ଷ ୮୮ ହଜାର କ୍ଷୁଦ୍ର ଓ ନାମ ମାତ୍ର ଚାଷୀଥିବା ବେଳେ ୬୮ ହଜାର ୭୫୦ ଜଣ ଭୂମିହୀନ ଚାଷୀ ପରିବାର ଅଛନ୍ତି।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Prev Post
Next Post