ଶାନ୍ତିପୂର୍ଣ୍ଣ ସହାବସ୍ଥାନ ଦ୍ୱାରା ସମ୍ପର୍କ ଦୃଢ଼ ହୁଏ। ଫଳରେ ନକାରାତ୍ମକ ଚିନ୍ତାଧାରା ଦୂର ହୋଇ ବିକାଶର ମାର୍ଗ ପ୍ରଶସ୍ତ ହୋଇଥାଏ। ଏହା ପରିବାର-ପରିବାର, ସମାଜ-ସମାଜ, ରାଜ୍ୟ-ରାଜ୍ୟ ତଥା ଦେଶ-ଦେଶ ପାଇଁ ଲାଗୁ ହୋଇପାରେ। ସେହିପରି ଶାନ୍ତି ଆସିବାର ମୁଖ୍ୟ ମାଧ୍ୟମ ହେଉଛି ଅହିଂସା। ଅତି ପ୍ରାଚୀନକାଳରୁ ପୃଥିବୀର ବିଭିନ୍ନ ସଭ୍ୟତା ଅହିଂସା ସମ୍ପର୍କରେ ଭଲଭାବେ ଅବଗତ ଥିଲେ। ଅହିଂସା ମାଧ୍ୟମରେ ଶାନ୍ତି ପ୍ରତିଷ୍ଠା ଦୀର୍ଘସ୍ଥାୟୀ ବୋଲି ମଧ୍ୟ ମାନବ ସମାଜକୁ ଭଲଭାବେ ଜଣାଥିଲା। ଶାନ୍ତି, ପ୍ରେମ ଦ୍ୱାରା ହୃଦୟକୁ ଜୟ କରି ହୋଇଥିବା ବିଜୟ ହିଁ ପ୍ରକୃତ ମାନବିକତାକୁ ପ୍ରତିପାଦିତ କରିପାରିଥାଏ।ଶାନ୍ତିପୂର୍ଣ୍ଣ ସହାବସ୍ଥାନରେ ବସୁଧୈବ କୁଟୁମ୍ବକମ୍ ଲକ୍ଷ୍ୟ ସମ୍ଭବ। ପୃଥିବୀରେ ମତଭେଦ, ଯୁଦ୍ଧ, ଆତଙ୍କବାଦ ଦୂର ହୋଇ ଗୋଟିଏ ବୃହତ୍ ପରିବାର ଗଠନର ପରିକଳ୍ପନା ବାସ୍ତବ ରୂପ ନେଇପାରିବ। ଏହାକୁ ହୃଦୟଙ୍ଗମ କରି ମିଳିତ ଜାତିସଂଘ ସାଧାରଣ ସଭା ଦ୍ୱାରା ୧୯୮୧ରେ ଶାନ୍ତି ଓ ଅହିଂସା ଦିବସ ପାଳନ ଉପରେ ଗୁରୁତ୍ୱାରୋପ କରାଯାଇଥିଲା। ଏହାର ଦୁଇ ଦଶନ୍ଧି ପରେ, ୨୦୦୧ରେ ସର୍ବସମ୍ମତିକ୍ରମେ ସେପ୍ଟେମ୍ବର ୨୧କୁ ଅନ୍ତର୍ଜାତୀୟ ଶାନ୍ତି ଦିବସ ଭାବେ ପାଳନ କରିବାକୁ ସ୍ବୀକୃତି ପ୍ରଦାନ କରାଯାଇଥିଲା। ସେବେଠାରୁ ପ୍ରତିବର୍ଷ ଏହି ଦିନ ଶାନ୍ତି ଏବଂ ଅହିଂସା ସମ୍ପର୍କରେ ବିଶ୍ୱବ୍ୟାପୀ ସଚେତନତା ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି, ଯାହାଦ୍ୱାରା ପୃଥିବୀ ଯୁଦ୍ଧଠାରୁ ଦୂରେଇ ଆସିବ ଏବଂ ବିଭିନ୍ନ ଦେଶ ମଧ୍ୟରେ ଶାନ୍ତି ପ୍ରତିଷ୍ଠା ସମ୍ଭବ ହୋଇପାରିବ।
Trending
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
- ଚଳିତମାସ ୧୭ରୁ ଦେଶରେ ପ୍ରଥମ ଥର ବନ୍ଦେ ଭାରତ ସ୍ଲିପର ଟ୍ରେନ୍ର ଚଳାଚଳ ଆରମ୍ଭ
- ଷ୍ଟେସନରେ ଲାଗିଲା ନିଆଁ , ଷ୍ଟେସନ ମାଷ୍ଟର, ଡିଟିସି ଚାମ୍ବରରୁ ନେଇ ଟିକେଟ କାଉଣ୍ଟର ଓ ରେଲୱେ ଲାଇନ କ୍ଷତିଗ୍ରସ୍ତ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଜର୍ମାନ ଚାନସେଲର ଫ୍ରେଡ୍ରିଚ୍ ମର୍ଜ ଙ୍କ ଦ୍ୱିପାକ୍ଷିକ ଆଲୋଚନା
Prev Post
Next Post