ଖଲିସ୍ତାନୀ ଆତଙ୍କବାଦୀ ହାର୍ଦ୍ଦିକ ସିଂ ନିଜାରଙ୍କ ହତ୍ୟା ମାମଲାରେ କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ନିକଟରେ ଦେଇଥିବା ବିବୃତ୍ତି ଦୁଇ ଦେଶ ମଧ୍ୟରେ ସମ୍ପର୍କକୁ ନେଇ ତିକ୍ତତା ସୃଷ୍ଟି କରିଛି। ଭାରତ ଯାଉଥିବା ଯାତ୍ରୀମାନଙ୍କ ପାଇଁ କାନାଡା ଏକ ଟ୍ରାଭେଲ୍ ଆଡଭାଇଜରି ଜାରି କରିବା ପରେ ଖଲିସ୍ତାନ ସମର୍ଥକଙ୍କ ବିପଦକୁ ଦୃଷ୍ଟିରେ ରଖି ଭାରତ ମଧ୍ୟ ନାଗରିକଙ୍କ ପାଇଁ ଏକ ଆଡଭାଇଜରି ଜାରି କରିଛି। ଗୁରୁବାର କାନାଡାରେ ଭାରତ ପାଇଁ ଭିଜା ସେବା କିଛି ଦିନ ପାଇଁ ସ୍ଥଗିତ ରଖାଯାଇଛି। ବିଏଲଏସ ଇଣ୍ଟରନ୍ୟାଶନାଲ ଦ୍ୱାରା ଜାରି କରାଯାଇଥିବା ଆଡଭାଇଜରିରେ କୁହାଯାଇଛି ଯେ, କାନାଡାରେ ଭାରତୀୟ ଭିଜା ସେବା ୨୧ ସେପ୍ଟେମ୍ବର ୨୦୨୩ ଠାରୁ ସ୍ଥଗିତ ରଖାଯାଇଛି। ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ଏହା କାର୍ଯ୍ୟକାରୀ ହେବ।ଚଳିତ ବର୍ଷ ଜୁନ ମାସରେ କାନାଡାର ଜଣେ ଖଲିସ୍ତାନୀ ନେତା ହାର୍ଦ୍ଦିକ ସିଂ ନିଜାରଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା। କାନାଡାର ସରେର ଗୁରୁ ନାନକ ଶିଖ ଗୁରୁଦ୍ୱାର ନିକଟରେ ନିଜାରଙ୍କୁ ଦୁଇଜଣ ଅଜ୍ଞାତ ଆକ୍ରମଣକାରୀ ଆକ୍ରମଣ କରିଥିଲେ। ଏହି ଆକ୍ରମଣରେ ତାଙ୍କର ମୃତ୍ୟୁ ଘଟିଥିଲା। ନିଜାରଙ୍କ ହତ୍ୟା ପଛରେ ଭାରତ ସରକାର ଷଡଯନ୍ତ୍ର କରିଥାଇ ପାରନ୍ତି ବୋଲି କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ଅଭିଯୋଗ କରିଛନ୍ତି।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Prev Post
Next Post