ଆଜି ପ୍ରବଳ ଛେଚିବ

୯ ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି

ପଶ୍ଚିମବଙ୍ଗ-ଓଡିଶା ଉପକୂଳସ୍ଥ ସମୁଦ୍ର ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ୯ ଜିଲ୍ଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ଭଦ୍ରକ, ବାଲେଶ୍ୱର. ଯାଜପୁର, କେନ୍ଦ୍ରାପଡା, କଟକ, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, ସୁନ୍ଦରଗଡ, ଦେବଗଡ, ଝାରସୁଗୁଡା, ବରଗଡ, ନୂଆପଡା, ବଲାଙ୍ଗୀର, ସୋନପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରେ ବିଜୁଳି, ଘଡଘଡି ସହ ବର୍ଷା ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାକୁ ପାଣିପାଗ କେନ୍ଦ୍ର ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି । ସେହିପରି ଆସନ୍ତାକାଲି ପଶ୍ଚିମ ଓଡିଶାର କିଛି ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି ।