ଭୁବନେଶ୍ୱର: ପ୍ରଥମ ମହିଳା ବାଚସ୍ପତି ହେଲେ ପ୍ରମିଳା ମଲ୍ଲିକ। ବାଚସ୍ପତି ଭାବେ ଦାୟିତ୍ଵ ଗ୍ରହଣ ପରେ ପ୍ରମିଳାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗୃହର ସମସ୍ତ ସଦସ୍ୟଙ୍କୁ ମଧ୍ୟ ଧନ୍ୟବାଦ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ସମସ୍ତ ସଦସ୍ୟ ଗୃହର ମର୍ଯ୍ୟାଦା ରକ୍ଷା କରିବା ପାଇଁ ଅନୁରୋଧ କଲେ ନବୀନ। ଉପବାଚସ୍ପତିଙ୍କୁ ମଧ୍ୟ ଧନ୍ୟବାଦ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ପ୍ରମିଳାଙ୍କ ନାମ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରସ୍ତାବ ଦେବାପରେ ତାହାକୁ ସମର୍ଥନ କରିଥିଲେ ସଂସଦୀୟ ବ୍ୟାପାର ମନ୍ତ୍ରୀ ନିରଞ୍ଜନ ପୂଜାରୀ । ପରେ ବାଚନିକ ଭୋଟରେ ଗୃହୀତ ହୋଇଥିଲା ପ୍ରସ୍ତାବ। ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝି ବିଜେପି ବିଧାୟକ ଦଳ ତରଫରୁ ନବ ନିର୍ବାଚିତ ବାଚସ୍ପତି ପ୍ରମିଳା ମଲ୍ଲିକଙ୍କୁ ଜଣାଇଛନ୍ତି ଅଭିନନ୍ଦନ। ପ୍ରଥମ ମହିଳା ବାଚସ୍ପତି ଭାବେ ଦାୟିତ୍ଵ ନେଇଥିବାରୁ ଆମେ ଗର୍ବିତ ବୋଲି କହିଛନ୍ତି ମୋହନ ମାଝି । ପ୍ରଥମ ମହିଳା ବାଚସ୍ପତି ହୋଇଥବାରୁ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ମଧ୍ୟ ଅଭିନନ୍ଦନ ଜଣାଇଛନ୍ତି।
Trending
- ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଖସାପଡ଼ା ନୀତି , ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ
- ପ୍ରାଥମିକ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପରିଚୟପତ୍ର ବଦଳିବ
- ଶ୍ରାବଣ ମାସର ତୃତୀୟ ସୋମବାର
- ବଢ଼ିବ ଚାଷୀ ପଞ୍ଜୀକରଣ ସମୟସୀମା
- ପହିଲାରୁ ନୂଆ ନିୟମ ,ମାସିକ ବଜେଟକୁ କରିବ ପ୍ରଭାବିତ
- ମନ କି ବାତରେ ଓଡ଼ିଶା କଥା
- ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ଘଟଣାରେ ଫେରାର ଥିବା ବିଜେଡି କର୍ପୋରେଟର ଅମରେଶ ଜେନା ନୀଳଗିରିରୁ ଗିରଫ
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
Prev Post
Next Post