ଭୁବନେଶ୍ୱର: ପ୍ରଥମ ମହିଳା ବାଚସ୍ପତି ହେଲେ ପ୍ରମିଳା ମଲ୍ଲିକ। ବାଚସ୍ପତି ଭାବେ ଦାୟିତ୍ଵ ଗ୍ରହଣ ପରେ ପ୍ରମିଳାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗୃହର ସମସ୍ତ ସଦସ୍ୟଙ୍କୁ ମଧ୍ୟ ଧନ୍ୟବାଦ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ସମସ୍ତ ସଦସ୍ୟ ଗୃହର ମର୍ଯ୍ୟାଦା ରକ୍ଷା କରିବା ପାଇଁ ଅନୁରୋଧ କଲେ ନବୀନ। ଉପବାଚସ୍ପତିଙ୍କୁ ମଧ୍ୟ ଧନ୍ୟବାଦ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ପ୍ରମିଳାଙ୍କ ନାମ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରସ୍ତାବ ଦେବାପରେ ତାହାକୁ ସମର୍ଥନ କରିଥିଲେ ସଂସଦୀୟ ବ୍ୟାପାର ମନ୍ତ୍ରୀ ନିରଞ୍ଜନ ପୂଜାରୀ । ପରେ ବାଚନିକ ଭୋଟରେ ଗୃହୀତ ହୋଇଥିଲା ପ୍ରସ୍ତାବ। ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝି ବିଜେପି ବିଧାୟକ ଦଳ ତରଫରୁ ନବ ନିର୍ବାଚିତ ବାଚସ୍ପତି ପ୍ରମିଳା ମଲ୍ଲିକଙ୍କୁ ଜଣାଇଛନ୍ତି ଅଭିନନ୍ଦନ। ପ୍ରଥମ ମହିଳା ବାଚସ୍ପତି ଭାବେ ଦାୟିତ୍ଵ ନେଇଥିବାରୁ ଆମେ ଗର୍ବିତ ବୋଲି କହିଛନ୍ତି ମୋହନ ମାଝି । ପ୍ରଥମ ମହିଳା ବାଚସ୍ପତି ହୋଇଥବାରୁ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ମଧ୍ୟ ଅଭିନନ୍ଦନ ଜଣାଇଛନ୍ତି।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post