ଭୁବନେଶ୍ୱର : ଚଳିତ ବିଧାନସଭା ମୌସୁମୀ ଅଧିବେଶନର ପ୍ରଥମ ଦିନରେ ଅତିରିକ୍ତ ବଜେଟ୍ ଆଗତ ହୋଇଛି । ୨୦୨୩-୨୪ର ଅତିରିକ୍ତ ବଜେଟ୍ ଆଗତ କରିଛନ୍ତି ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ । ୨୮ ହଜାର ୨୦୦ କୋଟିର ଅତିରିକ୍ତ ବଜେଟ ଆଗତ ହୋଇଛି । ରାଜ୍ୟ ସରକାରଙ୍କ ଅଧୀନରେ ଚାଲୁ ରହିଥିବା ବିଭିନ୍ନ ପ୍ରକଳ୍ପ ଗୁଡିକୁ ସମ୍ପୂର୍ଣ୍ଣ କରିବା ନିମନ୍ତେ ଅତିରିକ୍ତ ପାଣ୍ଠି ର ଆବଶ୍ୟକତା ରହିଛି । ପ୍ରଚଳିତ ରହିଥି୍ବା କେନ୍ଦ୍ର ଯୋଜନା ଓ କେନ୍ଦ୍ର ପ୍ରବର୍ତ୍ତିତ ଯୋଜନା ଓ ଭାରତ ସରକାରଙ୍କ ଦ୍ବାରା ଘୋଷିତ ନୂତନ କେନ୍ଦ୍ର ପ୍ରବର୍ତିତ ଯୋଜନା ନିମନ୍ତେ ଅତିରିକ୍ତ ବ୍ୟୟବରାଦ କରାଯାଇଛି ।ବିପର୍ଯ୍ୟୟ ପରିଚାଳନା ପାଇଁ ସର୍ବାଧିକ ୪୬୯୮ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି । ପଞ୍ଚାୟତି ରାଜ ବିଭାଗ ପାଇଁ ୪୦୯୩ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି । ଗଣଶିକ୍ଷା ପାଇଁ ୨୮୮୨ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି । ଆମ ଓଡ଼ିଶା ନବୀନ ଓଡ଼ିଶା ୧୩୦୨ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି । ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ୨୧୦ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି । ଜଳସେଚନ ପାଇଁ ୨୪୦୭ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି । ଅନ୍ୟପକ୍ଷରେ ପରିବହନ ଯୋଜନା ଲକ୍ଷ୍ମୀ ପାଇଁ ୫୫୬ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି । ଏହି ଯୋଜନା ମାଧ୍ୟମରେ ପଞ୍ଚାୟତରୁ ରାଜଧାନୀକୁ ବସ ପରିବହନ କରାଯିବ । ଆରମ୍ଭରେ ଦିବଙ୍ଗତ ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ର, ପୂର୍ବତନ ବିଧାୟକ ତ୍ରିଲୋଚନ କାନୁନଗୋ, ନିବେଦିତା ପ୍ରଧାନ, କୁମର ବେହେରା ଓ ରମେଶ ସୋରେନ ଏବଂ ଦିବଙ୍ଗତ ପୁଲିସ କର୍ମୀ ଦେବାଶିଷ ବିଶ୍ବାଳ, ସୁଶାନ୍ତ କୁମାର ଖୁଣ୍ଟିଆ ଓ ସୁଶାନ୍ତ କୁମାର ମହାନ୍ତିଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରସ୍ତାବ ଆଗତ କରିଥିଲେ। ଏହି ଅବସରରେ ସେ ସେମାନଙ୍କ ସ୍ମୃତିଚାରଣ କରିଥିଲେ। ଶୋକ ପ୍ରସ୍ତାବକୁ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର, କଂଗ୍ରେସ ବିଧାୟକ ଦଳର ନେତା ନରସିଂହ ମିଶ୍ର ସମର୍ଥନ କରିଥିଲେ। ଏମାନେ ସମସ୍ତେ ଦିବଙ୍ଗତ ବ୍ୟକ୍ତିଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ଏହାପରେ ଦିବଙ୍ଗତ ବ୍ୟକ୍ତିଙ୍କ ଉଦ୍ଦେଶ୍ୟରେ ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା।ଆଜିଠୁ ଅଧିବେଶନ ଆରମ୍ଭ ହୋଇଥିବାବେଳେ ଆସନ୍ତା ୪ ତାରିଖ ପର୍ଯ୍ୟନ୍ତ ଗୃହ ଚାଲିବ । ଅଧିବେଶନରେ ମୋଟ ୮ଟି କାର୍ଯ୍ୟ ଦିବସ ରହିଛି l
Trending
- ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଆଜି ଅଖିମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ