ମୌସୁମୀ ପ୍ରତ୍ୟାବର୍ତ୍ତନ ଆସନ୍ତା ୨୫ ତାରିଖରୁ ଆରମ୍ଭ ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ପକ୍ଷରୁ ଶୁକ୍ରବାର କୁହାଯାଇଛି। ସାଧାରଣତଃ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଜୁନ୍ ୧ରେ କେରଳ ଛୁଇଁବା ପରେ ଜୁଲାଇ ୮ ସୁଦ୍ଧା ସାରା ଦେଶରେ ପହଞ୍ଚତ୍ଥାଏ। ସେପ୍ଟେମ୍ବର ୧୭ରୁ ଏହାର ପ୍ରତ୍ୟାବର୍ତ୍ତନ ଆରମ୍ଭ ହୋଇ ଅକ୍ଟୋବର ୧୫ ସୁଦ୍ଧା ସମ୍ପୂର୍ଣ୍ଣ ଭାବେ ଫେରିଯାଇଥାଏ। ଆସନ୍ତା ୫ ଦିନ ଉତ୍ତରପଶ୍ଚିମ ଏବଂ ପଶ୍ଚିମ-କେନ୍ଦ୍ରୀୟ ଭାରତର ପାଖାପାଖି ଅଞ୍ଚଳରେ କମ୍ ବର୍ଷା ହେବା ଆଶା କରାଯାଉଛି। ତେଣୁ ପଶ୍ଚିମ ରାଜସ୍ଥାନରୁ ସେପ୍ଟେମ୍ବର ୨୫ ସୁଦ୍ଧା ମୌସୁମୀ ପ୍ରତ୍ୟାବର୍ତ୍ତନ ଲାଗି ଅନୁକୂଳ ସ୍ଥିତି ସୃଷ୍ଟି ହୋଇଥିବା ଆଇଏମ୍ଡି କହିଛି। ମୌସୁମୀ ପ୍ରତ୍ୟାବର୍ତ୍ତନରେ ବିଳମ୍ବ ହେଲେ ବର୍ଷାଋତୁ ଅଧିକ ଲମ୍ବା ହୋଇଥାଏ। ଦୀର୍ଘଦିନ ବର୍ଷା ଋତୁ ଲାଗିରହିଲେ କୃଷି ଉତ୍ପାଦନ ପ୍ରଭାବିତ ହେବା ସହ ଉତ୍ତରପଶ୍ଚିମ ଭାରତରେ ରବି ଫସଲ ଉତ୍ପାଦନ ବାଧାପ୍ରାପ୍ତ ହୋଇଥାଏ। ମୌସୁମୀ ଋତୁରେ ସ୍ବାଭାବିକ ଭାବେ ୮୩୨.୪ ମିଲିିମିଟର ବର୍ଷା ହେଉଥିବାବେଳେ ଚଳିତ ଥର ଏପର୍ଯ୍ୟନ୍ତ ୭୮୦.୩ ପ୍ରତିଶତ ବୃଷ୍ଟିପାତ ହୋଇଛି।
Trending
- ପାଟନା ସିଭିଲ କୋର୍ଟରେ ଗୁଳିକାଣ୍ଡ ମାମଲାରେ ଚର୍ଚ୍ଚିତ ଶିକ୍ଷକ ଖାନ୍ ସାର୍
- ରାଜ୍ୟରେ ମୋଟ ୩,୭୯୩.୩୩ କୋଟି ଟଙ୍କାର ପୁଞ୍ଜିନିବେଶ ହେବାକୁ ଯାଉଥିବା ବେଳେ ୧୯,୯୨୪ ଜଣଙ୍କ ପାଇଁ ନୂଆ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ
- ଅନ୍ତର୍ଜାତୀୟ ରଜ ଉତ୍ସବ ଉପରେ କାଳବୈଶାଖୀ ମାଡ଼,ବ୍ୟବସାୟୀଙ୍କ ସାମଗ୍ରୀରେ ପାଣି ପଶି ଲକ୍ଷାଧିକ ଟଙ୍କାର କ୍ଷତି ହୋଇଛି
- ଦିଲ୍ଲୀରେ ‘କକ୍ରୋଚ୍’ ପାର୍ଟିର ଆନ୍ଦୋଳନ,କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି
- କାଳବୈଶାଖୀ ପ୍ରଭାବରେ ରାଜଧାନୀରେ ପ୍ରବଳ ବର୍ଷା ସହ କୁଆପଥର ବର୍ଷା
- ଭିଜିଲାନ୍ସ ଜାଲରେ ବାଲିଗୁଡ଼ା ITDA ସହକାରୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା,ଏକା ସାଙ୍ଗରେ ୯ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ
- ରାଜ୍ୟରେ ୩୦ ତାରିଖ ଯାଏଁ ବସ୍ ଧର୍ମଘଟ ସ୍ଥଗିତ ,ବସ୍ ଭଡ଼ା ବୃଦ୍ଧି ହେବା ନେଇ ଆଜି ବସିଥିବା ଦ୍ୱିପାକ୍ଷିୟ ବୈଠକ ଅପାତତଃ ସଫଳ
- ଆଇଡବ୍ଲୁଟି କୁ ନେଇ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛି ଭାରତ, ଯେଉଁ ପର୍ଯ୍ୟନ୍ତ ପାକିସ୍ତାନ ଆତଙ୍କବାଦକୁ ବନ୍ଦ ନ କରିଛି ସେ ପର୍ଯ୍ୟନ୍ତ ଏହି ସନ୍ଧି ସ୍ଥଗିତ ରହିବ
- ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାର ତଦନ୍ତ ସାରି ଦିଲ୍ଲୀ ଫେରିଲା NHRC ଟିମ୍ ,ADG ଦୟାଲ ଗଙ୍ଗୱାରଙ୍କ ସମେତ ଅନ୍ୟ ସମସ୍ତଙ୍କୁ ପଚରାଉଚରା ହୋଇଛି
- ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଚାଲିଥିବା ପରିଚାଳନା କମିଟି ବୈଠକ ଶେଷ,ନୀଳାଦ୍ରି ବିଜେ ପରେ ଗଣତି ମଣତି କାର୍ଯ୍ୟ ହେବ
Prev Post