ପ୍ରାଥମିକ ଶିକ୍ଷକ ଦାବି ପୂରଣ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ପ୍ରତିଶ୍ରୁତି

ଭୁବନେଶ୍ୱର: ରାଜ୍ୟର ପ୍ରାଥମିକ ଶିକ୍ଷକମାନଙ୍କ ଦାବି ପୂରଣ ନେଇ ପ୍ରତିଶ୍ରୁତି ଦେଇଛି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ । ସିଏମଓ ସହିତ ଆଲୋଚନା ପରେ ଏନେଇ ସୂଚନା ଦେଇଛନ୍ତି ନିଖିଳ ଉତ୍କଳ ଶିକ୍ଷକ ମହାସଂଘର ମହାସଚିବ ତି ଚାରୁଲତା ମହାପାତ୍ର । ୩ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଥିଲେ ସମସ୍ତ ବର୍ଗର ପ୍ରାଥମିକ ଶିକ୍ଷକ । ଗତ ୧୮ ତାରିଖରେ ଆନ୍ତଃ ମନ୍ତ୍ରୀସ୍ତରୀୟ କମିଟି ସହିତ ଆଲୋଚନା ପରେ ଆନ୍ଦୋଳନ ସ୍ଥଗିତ ରଖାଯାଇଥିଲା । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଏଥିରେ ହସ୍ତକ୍ଷେପ କରିବାକୁ ଅନୁରୋଧ କରିଥିଲେ ଶିକ୍ଷକ ।  ସିଏମଏଓ କାର୍ଯ୍ୟଳୟ ଶିକ୍ଷକଙ୍କ ସହିତ ଆଲୋଚନା କରିଥିଲା । 5T ସଚିବଙ୍କ ଉପସ୍ଥିତିରେ ଶିକ୍ଷକଙ୍କ ଦାବି ସମ୍ପର୍କରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇଥିଲା ।  ଡିସେମ୍ବର ସୁଦ୍ଧା ଦାବି ସମ୍ପର୍କରେ ଖୁସି ଖବର ପ୍ରଦାନ କରାଯିବ ବୋଲି ପ୍ରତିଶ୍ରୁତି ମିଳିଛି ।