ଦେଶରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅପସାରଣ ଆରମ୍ଭ ହୋଇଛି। ଦକ୍ଷିଣ ପଶ୍ଚିମ ରାଜସ୍ଥାନର କିଛି ଅଞ୍ଚଳରୁ ପ୍ରତ୍ୟାବର୍ତ୍ତନ କରିଛି ମୌସୁମୀ ବାୟୁ । ସାଧାରଣତଃ ଭାରତରୁ ୧୭ ସେପ୍ଟ୍ବେମ୍ବର ହେଉଛି ମୌସୁମୀ ଫେରିବା ସମୟ । ଚଳିତ ବର୍ଷ ୮ ଦିନ ବିଳମ୍ବରେ ଭାରତରେ ପହଞ୍ଚିଥିଲା ।୨ ଜୁଲାଇରେ ଦେଶର ସବୁ ଅଞ୍ଚଳକୁ ଛୁଇଁଥିଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ୮୫ ଦିନ ପରେ ଲେଉଟିବା ଆରମ୍ଭ ହୋଇଛି । ଅର୍ଥାତ ଚଳିତବର୍ଷ ୮ ଦିନ ବିଳମ୍ବରେ ବି ଅପସାରଣ ପ୍ରକ୍ରିୟା ଆରମ୍ଭ ହୋଇଛି । ଆଗକୁ ଦେଶର ଅନ୍ୟ ଭାଗରୁ ବିଦାୟ ନେବ । ଏପଟେ ଓଡ଼ିଶାରୁ କେବେ ଫେରିବ ମୌସୁମୀ ବାୟୁ ସେନେଇ କୌଣସି ସ୍ପଷ୍ଟ ସୂଚନା ନାହିଁ । ସାଧାରଣତଃ ଅକ୍ଟୋବର ୧୫ ତାରିଖ ସୁଦ୍ଧା ମୌସୁମୀ ଓଡ଼ିଶାରୁ ଫେରିଥାଏ । ୨୯ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗର ଓ ପାର୍ଶ୍ବବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ପରବର୍ତ୍ତୀ ସମୟରେ ଏହା ଲଘୁଚାପ ଓ ଅବପାତର ରୂପ ନେଇପାରେ ।
Trending
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
- ୨୦ ଦିନ ଧରି ଅନଶନରେ ଥିବା ଶିକ୍ଷା ଓ ପରିବେଶବିତ୍ ସୋନମ ୱାଙ୍ଗଚୁକଙ୍କୁ ଉଠାଇ ନେଲା ପୋଲିସ
- ଆଇଆଇସି ବିୟୁଟି ମହାନ୍ତି ଆତ୍ମହତ୍ୟା ମାମଲା: ମିଳିଛି ଡିଜିଟାଲ ଏଭିଡେନ୍ସ
- ଚିଲିକାରେ ଅନନ୍ୟ ‘ଜଳ ରଥଯାତ୍ରା’ , ଡଙ୍ଗାରେ ମାଉସୀ ମା’ ମନ୍ଦିର ଯାତ୍ରା କଲେ ମହାପ୍ରଭୁ
Next Post