ମାହାଙ୍ଗା ଡବଲ ମର୍ଡର ଘଟଣାରେ ମାହାଙ୍ଗା ବିଧାୟକ ପ୍ରତାପ ଜେନାଙ୍କ ବଢିଲା ଅଡୁଆ । ପ୍ରତାପଙ୍କ ନାଁରେ ମାମଲା ଚାଲୁ ରଖିବାକୁ ସାଲେପୁର ଜେଏମଏଫସି କୋର୍ଟ ଆଜି ନିର୍ଦ୍ଦେଶ ଦେଇଛନ୍ତି । ଜାନୁୟାରୀ ୨୦୨୧ରେ ମାହାଙ୍ଗାରେ ଘଟିଥିଲା ଡବଲ୍ ମର୍ଡର । ଏହି ଘଟଣାରେ କୁଳମଣି ବରାଳ ଏବଂ ଦିବ୍ୟସିଂହ ବରାଳଙ୍କ ମୃତ୍ୟୁ ହୋଇଥିଲା । ଏହି ଘଟଣାରେ ୧୩ ଜଣଙ୍କ ନାଁରେ ଅଭିଯୋଗ ହୋଇଥିଲା । ଏଥିରୁ ୯ ଜଣ ଗିରଫ ହୋଇଥିଲେ । ଏତଲା ଅନୁସାରେ ୧୩ ନମ୍ବର ଅଭିଯୁକ୍ତ ଥିଲେ ପ୍ରତାପ ଜେନା । ତେବେ ପରବର୍ତୀ ସମୟରେ ମୁଖ୍ୟ ଅଭିଯୁକ୍ତ ପ୍ରଫୁଲ୍ଲ ବିଶ୍ୱାଳଙ୍କ ମୃତ୍ୟୁ ହୋଇଯାଇଥିଲା । ହତ୍ୟା, ହତ୍ୟା ଷଡଯନ୍ତ୍ର ଓ ଧମକ ଦଫାରେ ମାମଲା ଚାଲୁ ରଖିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ତେବେ ପ୍ରତାପ ଜେନା ବିଧାୟକ ହୋଇଥିବାରୁ ମାମଲାକୁ ଭୁବନେଶ୍ୱର ସ୍ପେଶାଲ କୋର୍ଟକୁ ସ୍ଥାନାନ୍ତର କରାଯାଇଛି । ୩୦୨, ୫୦୬, ୧୨୦ (ବି) ଦଫାରେ ମାମଲା ଚାଲୁ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଜାନୁୟାରୀରେ ପ୍ରତାପ ଜେନାଙ୍କ ନାଁରେ ଚୂଡ଼ାନ୍ତ ରିପୋର୍ଟର ପ୍ରୋଟେଷ୍ଟ ପିଟିସନ୍ ଦାଖଲ୍ ପାଇଁ କୋର୍ଟ ଅନୁମତି ଦେଇଥିଲେ । ସେପଟେ ଜେଏମ୍ଏଫସି କୋର୍ଟଙ୍କ ରାୟ ପ୍ରକାଶ ପରେ ବିଧାୟକ ପ୍ରତାପ ଜେନାଙ୍କ ସମର୍ଥକ ଏବଂ ମାହାଙ୍ଗା ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ମୃତକ କୁଳମଣି ବରାଳଙ୍କ ପରିବାର ମଧ୍ୟରେ ସଂଘର୍ଷ ଘଟିଛି । ପ୍ରତାପ ଜେନାଙ୍କ କୁଶ ପୁତଳିକା ଦାହ କରିବାକୁ ଆସୁଥିବା ବେଳେ ଆକ୍ରମଣର ଶିକାର ହୋଇଥିବା ଅଭିଯୋଗ କରିଛନ୍ତି ନୃତାଙ୍ଗ ଗାଁର କିଛି ଲୋକ ।
Trending
- ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଆଜି ଅଖିମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
Prev Post