ଆସନ୍ତା ଅକ୍ଟୋବର ୧୫ ତାରିଖରେ ଓଡ଼ିଶା ସିଭିଲ୍ ସର୍ଭିସ୍ (ଓସିଏସ୍) ପ୍ରିଲିମିନାରି ପରୀକ୍ଷା ଅନୁଷ୍ଠିତ ହେବ। ଏଥିପାଇଁ ୫ଟି ପରୀକ୍ଷା କେନ୍ଦ୍ର କରାଯାଇଛି। ବାଲେଶ୍ୱର ସମେତ ବ୍ରହ୍ମପୁର, ଭୁବନେଶ୍ୱର, କଟକ ଏବଂ ସମ୍ବଲପୁର ୫ଟି ଜୋନ୍ରେ ଏହି ପରୀକ୍ଷା କରାଯିବାକୁ ସ୍ଥିର ହୋଇଛି। ପରୀକ୍ଷା ଦୁଇଟି ସିଟିଂରେ ହେବ। ୧୫ ତାରିଖ ପୂର୍ବାହ୍ନ ୧୦ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ୧୦୦ ମାର୍କ ବିଶିଷ୍ଟ ଜେନେରାଲ୍ ଷ୍ଟଡିଜ୍ ପେପର-୧ ପରୀକ୍ଷା ହେବ। ସେହିପରି ଅପରାହ୍ନ ୧. ୩୦ରୁ ଅପରାହ୍ନ ୩.୩୦ ପର୍ଯ୍ୟନ୍ତ ୮୦ ମାର୍କ ବିଶିଷ୍ଟ ଜେନେରାଲ୍ ଷ୍ଟଡିଜ୍ ପେପର-୨ ପରୀକ୍ଷା କରାଯିବ। ଦିବ୍ୟାଙ୍ଗ ପରୀକ୍ଷାର୍ଥୀଙ୍କୁ ଉଭୟ ସିଟିଂରେ ୪୦ ମିନିଟ୍ ଲେଖାଏ ଅଧିକ ସମୟ ଦିଆଯିବ। ପରୀକ୍ଷାର୍ଥୀଙ୍କ ଆଡ୍ମିଟ୍ କାର୍ଡ ଓପିଏସ୍ସି ୱେବସାଇଟରେ ଉପଲବ୍ଧ ରହିବ ବୋଲି ଓପିଏସ୍ସି ପକ୍ଷରୁ କୁହାଯାଇଛି।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Prev Post
Next Post