ଆସନ୍ତା ଅକ୍ଟୋବର ୧୫ ତାରିଖରେ ଓଡ଼ିଶା ସିଭିଲ୍ ସର୍ଭିସ୍ (ଓସିଏସ୍) ପ୍ରିଲିମିନାରି ପରୀକ୍ଷା ଅନୁଷ୍ଠିତ ହେବ। ଏଥିପାଇଁ ୫ଟି ପରୀକ୍ଷା କେନ୍ଦ୍ର କରାଯାଇଛି। ବାଲେଶ୍ୱର ସମେତ ବ୍ରହ୍ମପୁର, ଭୁବନେଶ୍ୱର, କଟକ ଏବଂ ସମ୍ବଲପୁର ୫ଟି ଜୋନ୍ରେ ଏହି ପରୀକ୍ଷା କରାଯିବାକୁ ସ୍ଥିର ହୋଇଛି। ପରୀକ୍ଷା ଦୁଇଟି ସିଟିଂରେ ହେବ। ୧୫ ତାରିଖ ପୂର୍ବାହ୍ନ ୧୦ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ୧୦୦ ମାର୍କ ବିଶିଷ୍ଟ ଜେନେରାଲ୍ ଷ୍ଟଡିଜ୍ ପେପର-୧ ପରୀକ୍ଷା ହେବ। ସେହିପରି ଅପରାହ୍ନ ୧. ୩୦ରୁ ଅପରାହ୍ନ ୩.୩୦ ପର୍ଯ୍ୟନ୍ତ ୮୦ ମାର୍କ ବିଶିଷ୍ଟ ଜେନେରାଲ୍ ଷ୍ଟଡିଜ୍ ପେପର-୨ ପରୀକ୍ଷା କରାଯିବ। ଦିବ୍ୟାଙ୍ଗ ପରୀକ୍ଷାର୍ଥୀଙ୍କୁ ଉଭୟ ସିଟିଂରେ ୪୦ ମିନିଟ୍ ଲେଖାଏ ଅଧିକ ସମୟ ଦିଆଯିବ। ପରୀକ୍ଷାର୍ଥୀଙ୍କ ଆଡ୍ମିଟ୍ କାର୍ଡ ଓପିଏସ୍ସି ୱେବସାଇଟରେ ଉପଲବ୍ଧ ରହିବ ବୋଲି ଓପିଏସ୍ସି ପକ୍ଷରୁ କୁହାଯାଇଛି।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post
Next Post