ଭୁବନେଶ୍ବର: ଅଧ୍ୟାପକ ସଙ୍କଟକୁ ନେଇ ସରକାରଙ୍କୁ ଭର୍ତ୍ସନା କଲେ ନରସିଂହ । ରାଜ୍ୟରେ ଶିକ୍ଷା ବ୍ୟବସ୍ଥା ତଳିତଳାନ୍ତ ହୋଇସାରିଲାଣି । କଲେଜରେ ଅଧ୍ୟାପକ ନାହାଁନ୍ତି କର୍ମଚାରୀ ନାହାଁନ୍ତି । ବିଶ୍ବବିଦ୍ୟାଳୟ ଅତିଥି ଅଧ୍ୟାପକରେ ଚାଲିଛି । ଏଠାରେ ଗବେଷଣା ହେବା କଥା। ଅତିଥି ଅଧ୍ୟାପକଙ୍କ ନେଇ କିପରି ଗବେଷଣା ହେବ? ପ୍ରଶ୍ନକାଳରେ ରାଜ୍ୟ ସରକାରଙ୍କୁ ଏମିତି ଭର୍ତ୍ସନା କରିଥିଲେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର। ସରକାର ପଇସାର ଅଭାବ ନାହିଁ ବୋଲି କହୁଛନ୍ତି। କିନ୍ତୁ ପଦବି ଖାଲି ପଡ଼ିଛି। ବିଶ୍ବବିଦ୍ୟାଳୟରେ ଝାଡ଼ୁ କରିବାକୁ ବି ଲୋକ ନାହାନ୍ତି। ସରକାର ଶିକ୍ଷା ପ୍ରତି କେତେ ସଚେତନ ଏଥିରୁ ଜଣାପଡ଼ୁଛି। କେବଳ ଜୁମ୍ଲାରେ ଚାଲିଛି ଏ ସରକାର। ପ୍ରଶ୍ନକାଳରେ କଂଗ୍ରେସ ସଭ୍ୟ ତାରାପ୍ରସାଦ ବାହିନୀପତି ସରକାରୀ ଓ ପୂର୍ଣ୍ଣ ଅନୁଦାନପ୍ରାପ୍ତ ମହାବିଦ୍ୟାଳୟରେ ଖାଲି ପଡ଼ିଥିବା ଅଧ୍ୟାପକ ପଦବି ସଂକ୍ରାନ୍ତରେ ମୂଳ ପ୍ରଶ୍ନ କରିଥିଲେ। ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚ୍ଚୀ ନାୟକ ଉତ୍ତର ଦେଇଥିଲେ, ୪୮ଟି ସରକାରୀ ଡିଗ୍ରି କଲେଜରେ ୨୩୭୩ ମଞ୍ଜୁରୀପ୍ରାପ୍ତ ପଦବି ମଧ୍ୟରୁ ୩୮୫ଟି ଖାଲି ପଡ଼ିଛି। ୧୬ଟି ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟରେ ୪୬୮ ମଞ୍ଜୁରୀପ୍ରାପ୍ତ ପଦବି ମଧ୍ୟରୁ ୧୧୫ଟି ଖାଲି ଅଛି। ୨୯୮ଟି ପୂର୍ଣ୍ଣ ଅନୁଦାନପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟରେ ୭୧୧୦ଟି ମଞ୍ଜୁରୀପ୍ରାପ୍ତ ପଦବି ମଧ୍ୟରୁ ୧୦୬୫ ଖାଲି ପଡ଼ିଛି। ଏହି ୧୦୬୫ ଖାଲି ପଦବି ପୂରଣ ପାଇଁ ଏସ୍ଏସ୍ପି ଦ୍ବାରା ବିଜ୍ଞାପନ ଜାରି କରାଯାଇଛି।
Trending
- ଭିଜିଲାନ୍ସ ଜାଲରେ ବାଲିଗୁଡ଼ା ITDA ସହକାରୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା,ଏକା ସାଙ୍ଗରେ ୯ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ
- ରାଜ୍ୟରେ ୩୦ ତାରିଖ ଯାଏଁ ବସ୍ ଧର୍ମଘଟ ସ୍ଥଗିତ ,ବସ୍ ଭଡ଼ା ବୃଦ୍ଧି ହେବା ନେଇ ଆଜି ବସିଥିବା ଦ୍ୱିପାକ୍ଷିୟ ବୈଠକ ଅପାତତଃ ସଫଳ
- ଆଇଡବ୍ଲୁଟି କୁ ନେଇ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛି ଭାରତ, ଯେଉଁ ପର୍ଯ୍ୟନ୍ତ ପାକିସ୍ତାନ ଆତଙ୍କବାଦକୁ ବନ୍ଦ ନ କରିଛି ସେ ପର୍ଯ୍ୟନ୍ତ ଏହି ସନ୍ଧି ସ୍ଥଗିତ ରହିବ
- ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାର ତଦନ୍ତ ସାରି ଦିଲ୍ଲୀ ଫେରିଲା NHRC ଟିମ୍ ,ADG ଦୟାଲ ଗଙ୍ଗୱାରଙ୍କ ସମେତ ଅନ୍ୟ ସମସ୍ତଙ୍କୁ ପଚରାଉଚରା ହୋଇଛି
- ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଚାଲିଥିବା ପରିଚାଳନା କମିଟି ବୈଠକ ଶେଷ,ନୀଳାଦ୍ରି ବିଜେ ପରେ ଗଣତି ମଣତି କାର୍ଯ୍ୟ ହେବ
- ଖାନ ସାରଙ୍କ ବିରୋଧରେ ହତ୍ୟା ଉଦ୍ୟମ ଏବଂ ଅସ୍ତ୍ରଶସ୍ତ୍ର ଆଇନ ଉଲ୍ଲଙ୍ଘନ ଅନୁଯାୟୀ ଏକ ମାମଲା ରୁଜୁ
- ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲ କଲେ ଦେବାଶିଷ ସାମନ୍ତରାୟ
- କନଷ୍ଟେବଳ ସୌମ୍ୟରଞ୍ଜନ ମୃତ୍ୟୁ ଘଟଣା: ଆଜି NHRC ତଦନ୍ତର ଶେଷ ଦିନ
- ନବ ନିର୍ମିତ ତାଳବଣିଆ ଥାନା କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷଙ୍କୁ ପ୍ରାର୍ଥୀ କଲା ବିଜେପି
Prev Post
Next Post