ଆସନ୍ତାକାଲି ଉତ୍ତର ଆଣ୍ଡାମାନ ସାଗର ପାର୍ଶ୍ବବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ପ୍ରବେଶ କରିବ । ପରବର୍ତ୍ତୀ ୪୮ ଘଣ୍ଟାରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଏକ ଲଘୁଚାପ କ୍ଷେତ୍ର । ପରେ ଘନୀଭୂତ ହୋଇ ଅବପାତର ରୂପ ନେଇପାରେ । ପ୍ରଭାବରେ ଆସନ୍ତାକାଲିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ୪ ଦିନ ପ୍ରବଳ ବର୍ଷା ନେଇ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।ଆଜି ପାଇଁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତାକାଲିଠୁ ବଢ଼ିବ ବର୍ଷା ପରିମାଣ । କାଲି ପାଇଁ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ସେଥିରୁ ୫ ଜିଲ୍ଲା ମୟୂରଭଞ୍ଜ, ବାଲେଶ୍ବର, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରିରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୩୦ ଓ ଅକ୍ଟୋବର ୧ ତାରିଖରେ ବର୍ଷାର ପ୍ରଭାବ ଅଧିକ ରହିବ । ୧ ତାରିଖରେ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ।
Trending
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
Next Post