ଆଜି ବିଶ୍ୱ ହୃଦୟ ଦିବସ । ହୃଦରୋଗର ପ୍ରତିଷେଧ ଓ ନିରାକରଣ ସଂପର୍କରେ ସଚେତନତା ସୃଷ୍ଟି କରିବା ଲକ୍ଷ୍ୟରେ ପ୍ରତିବର୍ଷ ଆଜିର ଦିନକୁ ବିଶ୍ୱ ହୃଦୟ ଦିବସ ଭାବେ ପାଳନ କରାଯାଉଛି । ଚଳିତ ବର୍ଷର ଥିମ୍ ରହିଛି ‘ୟୁଜ୍ ହାର୍ଟ, ନୋ ହାର୍ଟ’ । ସାଧାରଣ ଲୋକଙ୍କୁ ହୃତପିଣ୍ଡ ସ୍ୱାସ୍ଥ୍ୟ ବାବଦରେ ସଚେତନ କରାଇବା ଲାଗି ଏହି ଦିବସ ପାଳନ ହେଉଛି । ମଣିଷ ଶରୀରର ହାର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ। ଏହା ପୂରା ଶରୀରକୁ ଶକ୍ତି ଯୋଗାଏ। ହାର୍ଟ ସୁସ୍ଥ ରହିଲେ ବ୍ୟକ୍ତି ସୁସ୍ଥ ରହିଥାଏ । ତେଣୁ ଏହାର ଯତ୍ନ ନେବା ମଧ୍ୟ ଆବଶ୍ୟକ। ତେବେ ଉଚିତ ଖାଦ୍ୟ, ପାନୀୟ ଗ୍ରହଣ କଲେ, ବ୍ୟାୟାମ କଲେ, ଧୂମପାନ ବର୍ଜନ କଲେ ହାର୍ଟ ସୁସ୍ଥ ରହିଥାଏ । ନହେଲେ ବିଭିନ୍ନ ପ୍ରକାର ସମସ୍ୟା ଦେଖାଯାଇଥାଏ । ଏହି ସମସ୍ୟା ଭିତରୁ ହୃଦଘାତ ଗୋଟିଏ ।ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ସହ ମିଶି ୱାର୍ଲଡ ହାର୍ଟ ଫେଡେରେସନ ଏହି ଦିବସ ପାଳନ କରିବାକୁ ୧୯୯୯ରେ ନିଷ୍ପତ୍ତି ନେଇଥିଲା। ଆରମ୍ଭରୁ ଏହା ସେପ୍ଟେମ୍ବର ମାସ ଶେଷ ରବିବାର ପାଳିତ ହେଉଥିଲା। ପ୍ରଥମ ଥର ୨୦୨୦ ସେପ୍ଟେମ୍ବର ୨୪ରେ ପାଳିତ ହୋଇଥିଲା। କିନ୍ତୁ ୨୦୧୧ରୁ ଏହା ସେପ୍ଟେମ୍ବର ୨୯ରେ ପାଳିତ ହୋଇ ଆସୁଛି।
Trending
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
- ଆଜିଠୁ ପୁରୀରେ ଆରମ୍ଭ ହେବ ବ୍ରିକ୍ସ ସମ୍ମିଳନୀ,ବିପର୍ଯ୍ୟୟ ମୁକାବିଲାର ଗୁରୁମନ୍ତ୍ର ଶିଖାଇବ ଓଡ଼ିଶା
- STF ର DIG ଭାବେ ଦାୟିତ୍ୱ ଗ୍ରହଣ କଲେ ଆଇପିଏସ ଡକ୍ଟର କନୱର ବିଶାଲ ସିଂହ
- ସବୁଠୁ ଅଧିକ ସମୟ ଯାଏ ନିର୍ବାଚିତ ପ୍ରଧାନମନ୍ତ୍ରୀ ହେବାର ରେକର୍ଡ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ , ଭାଙ୍ଗିବେ ନେହରୁଙ୍କ ରେକର୍ଡ
- ଫାର୍ମ ହାଉସରୁ ମିଳିଲା ହାତୀର ମୃତଦେହ
- ରାଜ୍ୟ କ୍ୟାବିନେଟ: ଆସିବ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ
- ଦିଲ୍ଲୀ ଗଲେ ନବୀନ
- ଓଡ଼ିଶା ସରକାରଙ୍କ ନୂଆ ନିର୍ଦ୍ଦେଶନାମା ,ଆଜି ଠାରୁ କେବଳ କିଣାହେବ ଇଭି ଯାନ
Prev Post