କଟକ : ରତ୍ନଭଣ୍ଡାର ମାମଲାରେ ଆବେଦନକାରୀ ବିଜେପି ନେତା ସମୀର ମହାନ୍ତିଙ୍କ ଆବେଦନକୁ ଖାରଜ କରିଛନ୍ତି ହାଇକୋର୍ଟ । ଶ୍ରୀମନ୍ଦିର ପରିଚଳନା କମିଟି ଉପରେ ହାଇକୋର୍ଟଙ୍କ ରହିଛି ଅତୁଟ ବିଶ୍ବାସ । ତେଣୁ ଶ୍ରୀମନ୍ଦିର ଓ ରତ୍ନଭଣ୍ଡାରର ସୁରକ୍ଷା ନେଇ ପରିଚାଳନା କମିଟି କାର୍ଯ୍ୟରେ ହସ୍ତକ୍ଷେପ କରିବାକୁ ମନା କରିଦେଇଛନ୍ତି ଓଡିଶା ହାଇକୋର୍ଟ । ସୁପ୍ରିମକୋର୍ଟ ମଧ୍ୟ ଶ୍ରୀମନ୍ଦିର ପରିଚାଳନା କମିଟି କାର୍ଯ୍ୟରେ ହସ୍ତକ୍ଷେପ କରିନାହାନ୍ତି । ଏଭଳି ରାୟ ଦେଇ ହାଇକୋର୍ଟ ଆଜି ବିଜେପି ନେତା ସମୀର ମହାନ୍ତିଙ୍କ ପକ୍ଷରୁ ଆଗତ ପିଆଇଏଲକୁ ଖାରଜ କରିଛନ୍ତି । ରତ୍ନଭଣ୍ଡାରରେ ଗଚ୍ଛିତ ଥିବା ଶ୍ରୀଜିଉଙ୍କ ବିଭିନ୍ନ ଅଳଙ୍କାରର ତାଲିକା ପ୍ରସ୍ତୁତ ପ୍ରସଙ୍ଗରେ ଏକ ଉଚ୍ଚସ୍ତରୀୟ କ୍ଷମତା ସମ୍ପନ୍ନ କମିଟି ଗଠନ କରିବା ନେଇ ଯଦି ଶ୍ରୀମନ୍ଦିର ପରିଚାଳନା କମିଟି ଅନୁରୋଧ କରେ ତେବେ ଦୁଇ ମାସ ମଧ୍ୟରେ ସେ ନିଷ୍ପତ୍ତି ରାଜ୍ୟ ସରକାର ନେବେ ବୋଲି ହାଇକୋର୍ଟ କହିଛନ୍ତି । ଶ୍ରୀମନ୍ଦିର ରତ୍ନ ଭଣ୍ଡାର ଭିତରେ ଥିବା ମୂଲ୍ୟବାନ ସୁନା ଗହଣା ଓ ଅନ୍ୟ ସଂପତ୍ତିର ତାଲିକା ପ୍ରସ୍ତୁତ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଉଚ୍ଚସ୍ତରୀୟ କମିଟି ଗଠନ ଉପରେ ଗୁରୁତ୍ବ ଦେଇଛନ୍ତି ହାଇକୋର୍ଟ। ଶ୍ରୀମନ୍ଦିର ପରିଚାଳନା କମିଟି ରତ୍ନ ଭଣ୍ଡାର ଭିତରେ ଥିବା ସଂପତ୍ତିର ତାଲିକା ପ୍ରସ୍ତୁତ ତଦାରଖ ପାଇଁ ଉଚ୍ଚସ୍ତରୀୟ କମିଟି ଗଠନ ଲାଗି ଯଦି ଅନୁରୋଧ କରନ୍ତି, ତେବେ ସେହି ତାରିଖ ଠାରୁ ୬୦ ଦିନ ଭିତରେ ରାଜ୍ୟ ସରକାର ଏଭଳି କମିଟି ଗଠନ କରିବେ ବୋଲି ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ରତ୍ନ ଭଣ୍ଡାର ଭିତରେ ଥିବା ଅଳଙ୍କାର ଓ ଅନ୍ୟ ସଂପତ୍ତିର ତାଲିକା ପ୍ରସ୍ତୁତ କରିବା କ୍ଷେତ୍ରରେ ଶ୍ରୀମନ୍ଦିର ପରିଚାଳନା କମିଟିକୁ ଏହି ଉଚ୍ଚସ୍ତରୀୟ କମିଟି ସହଯୋଗ କରିବ ବୋଲି ହାଇକୋର୍ଟ କହିଛନ୍ତି। ମୁଖ୍ୟ ବିଚାରପତି ଜଷ୍ଟିସ ଶୁଭାଶିଷ ତାଳପତ୍ର ଓ ଜଷ୍ଟିସ ସାବିତ୍ରୀ ରଥଙ୍କୁ ନେଇ ଗଠିତ ଖଣ୍ଡପୀଠ ବରିଷ୍ଠ ବିଜେପି ନେତା ସମୀର ମହାନ୍ତିଙ୍କ ପକ୍ଷରୁ ଦାୟର ଜନସ୍ବାର୍ଥ ମାମଲାର ଶୁଣାଣି କରି ଏପରି ନିର୍ଦ୍ଦେଶ ଦେଇଛନ୍ତି।
Trending
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ
- ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ, ଚଳିତ ମାସ ୧୫ ତାରିଖ ସକାଳ ୯ଟା ୪୦ରୁ ୯ଟା ୫୪ ମଧ୍ୟରେ ଲଗ୍ନ ସ୍ଥିର
- ପିଲାଦିନକୁ ମରିବାକୁ ଦେବା ଉଚିତ୍ ନୁହେଁ ବରଂ ବଞ୍ଚାଇ ରଖିବା ହେଉଛି ଶିକ୍ଷକଙ୍କ କାମ – ମୋଦୀ
- ଯୁଦ୍ଧ ସମୟରେ ସବୁଠାରୁ ଦୀର୍ଘ ସମୟ ପ୍ରଧାନମନ୍ତ୍ରୀ ରହିବାର ରେକର୍ଡ କଲେ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି, ମୋଦୀ ଜଣାଇଲେ ଶୁଭେଚ୍ଛା
- ଆନ୍ଦୋଳନକାରୀଙ୍କ ବାପାଙ୍କୁ ଆକ୍ରମଣ କରି ଗୁରୁତର ଆହତ କରିଥିବା ଅଭିଯୋଗରେ ଇନଫ୍ଲୁଏନ୍ସର ସ୍ୱତନ୍ତ୍ର ଭରଦ୍ୱାଜ ଗିରଫ
- ଆଜିଠୁ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ,ବୈଠକକୁ ଉଦଘାଟନ କରିବେ ରାଷ୍ଟ୍ରୀୟ ସାଧାରଣ ସଂପାଦକ ସୁନୀଲ ବଂଶଲ
- ମଣିଷ ଗଢ଼ୁଥିବା ଗୁରୁଙ୍କୁ ସମ୍ମାନର ଦିନ , ଗୁରୁ ଦିବସ ପାଇଁ ଚଳଚଞ୍ଚଳ ବିଭିନ୍ନ ଶିକ୍ଷାନୁଷ୍ଠାନ
- ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି , ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଗଲା ଟଙ୍କା
- ଲକ୍ଷ୍ମୀସାଗର ବ୍ରହ୍ମାକୁମାରୀ ସେଣ୍ଟରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ: ଦିବ୍ୟ ଗୁଣ ଧାରଣ ପାଇଁ ଆହ୍ୱାନ
- ମହାକାଶରେ ଭାରତର ନୂଆ ଆଖି । EOS-05ର ସଫଳ ଉତକ୍ଷେପଣ
Prev Post