ବାଚସ୍ପତି ପ୍ରମିଳା ମଲ୍ଲିକଙ୍କୁ ଅସମ୍ମାନ ଘଟଣାରେ ସାରା ରାଜ୍ୟରେ ବିଜେପି ବିଧାୟକଙ୍କ ବିରୋଧରେ ପ୍ରତିବାଦ । ସ୍ବାଧୀନତା ପରେ ଓଡ଼ିଶାର ପ୍ରଥମ ମହିଳା ଭାବେ ପ୍ରମିଳା ମଲ୍ଲିକଙ୍କୁ ବାଚସ୍ପତି ଆସନରେ ବସାଇଛନ୍ତି ମୁଖ୍ୟମନ୍ତ୍ରୀ । ହେଲେ ମହିଳା ସଶକ୍ତିକରଣକୁ ଗ୍ରହଣ କରିପାରୁନାହିଁ ବିଜେପି । ବିଧାନସଭା ଭଳି ପବିତ୍ର ଗୃହରେ ବାଚସ୍ପତିଙ୍କୁ ଅସମ୍ମାନ କରି ବିଜେପି କଳା ଅଧ୍ୟାୟ ସୃଷ୍ଟି କରିଛି । ମହିଳାମାନେ କହିଛନ୍ତି ଗୋଟିଏ ପଟେ କେନ୍ଦ୍ର ସରକାର ସଂସଦରେ ୩୩ ପ୍ରତିଶତ ଆସନ ମହିଳାଙ୍କ ସଂରକ୍ଷଣ ବିଲକୁ ପାସ କରାଇଛନ୍ତି ହେଲେ ରାଜ୍ୟରେ ବିଜେପି ବିଧାୟକ ମହିଳା ବାଚସ୍ପତିଙ୍କୁ ଅସମ୍ମାନ କରୁଛନ୍ତି । ଏଭଳି ଆଚରଣ ପାଇଁ ଦୁଇ ବିଜେପି ବିଧାୟକ ତୁରନ୍ତ କ୍ଷମା ମାଗନ୍ତୁ ବୋଲି ଦାବି କରାଯାଇଛି ।ସେହିପରି ଗତକାଲି ଭୁବନେଶ୍ବରରୁ ବ୍ରହ୍ମପୁର, କଟକରୁ ସମ୍ବଲପୁର ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ କ୍ୟାଣ୍ଡେଲ ଶୋଭାଯାତ୍ରା କରି ପ୍ରତିବାଦ ଜଣାଇଥିଲା ମହିଳା ବିଜୁ ଜନତା ଦଳ । ହଜାର ହଜାର ମହିଳା ମହମବତୀ ଶୋଭାଯାତ୍ରା କରି ବିଜେପି ବିଧାୟକଙ୍କ ଆଚରଣକୁ ନିନ୍ଦା କରିଥିଲେ । ଗୃହର ଗରିମା ଭାଙ୍ଗି ମହିଳା ବାଚସ୍ପତିଙ୍କୁ ଯେଭଳି ଭାବରେ ଦୁଇ ବିଜେପି ବିଧାୟକ ଅସମ୍ମାନ କଲେ ତାହାକୁ ନିନ୍ଦା କରିଛି ବିଜେଡି ।
Trending
- ଆଜିଠୁ ଜୁଲାଇ ୩୧ ତାରିଖ ଯାଏଁ ଭିତରକନିକା ବନ୍ଦ
- ବେଆଇନ ଲଘୁଖଣିଜ ପଦାର୍ଥ ଚୋରାଚାଲାଣ ପୋଲିସର ଚଢାଉ ୯ଗାଡି ଜବତ ୮ଡ୍ରାଇଭର ଅଟକ
- ଅକ୍ଷୟ ତୃତୀୟା ଅବସରରେ ୫୦ ଲକ୍ଷରୁ ଊର୍ଦ୍ଧ୍ବ ଚାଷୀଙ୍କୁ ୧ ହଜାର କୋଟି ଟଙ୍କାର ସହାୟତା ରାଶି ବାଣ୍ଟିଛନ୍ତି ମୁଖ୍ୟମନ୍ତ୍ରୀ
- ଆଗାମୀ ଜନଗଣନା ପ୍ରକ୍ରିୟାରେ ଜାତିଗଣନାକୁ ଅନ୍ତର୍ଭୁକ୍ତ ହେବ
- ବୋମା ମାଡ଼ ଘଟଣା ୩ଅଭିଯୁକ୍ତ ଗିରଫ
- ନିଆଁ ଲାଗି ପୋଡିଗଲା ୩ବଖରା ଚାଳ ଘର ଓ ଗୋଟିଏ ଦୋକାନ ଗୃହ
- ଟାଙ୍ଗୀ ବ୍ଲକ କଂଗ୍ରେସ ର ମହମବତୀ ଶୋଭାଯାତ୍ରା
- ପହଲଗାମ ଆତଙ୍କୀ ଆକ୍ରମଣ ଘଟଣାର ଦୋଷୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଆଜିର ବୈଠକରେ ନିର୍ଦ୍ଦେଶ ଦେଇଛନ୍ତି ମୋଦୀ
- ପୁଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି ୨୪ ମାଓବାଦୀ
- ବିଭିନ୍ନ କ୍ଷେତ୍ରରେ ବଳିଷ୍ଠ ଅବଦାନ ପାଇଁ ୭୧ ଜଣଙ୍କୁ ପଦ୍ମ ସମ୍ମାନରେ ସମ୍ମାନିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
Prev Post
Next Post