ବାଚସ୍ପତି ପ୍ରମିଳା ମଲ୍ଲିକଙ୍କୁ ଅସମ୍ମାନ ଘଟଣାରେ ସାରା ରାଜ୍ୟରେ ବିଜେପି ବିଧାୟକଙ୍କ ବିରୋଧରେ ପ୍ରତିବାଦ । ସ୍ବାଧୀନତା ପରେ ଓଡ଼ିଶାର ପ୍ରଥମ ମହିଳା ଭାବେ ପ୍ରମିଳା ମଲ୍ଲିକଙ୍କୁ ବାଚସ୍ପତି ଆସନରେ ବସାଇଛନ୍ତି ମୁଖ୍ୟମନ୍ତ୍ରୀ । ହେଲେ ମହିଳା ସଶକ୍ତିକରଣକୁ ଗ୍ରହଣ କରିପାରୁନାହିଁ ବିଜେପି । ବିଧାନସଭା ଭଳି ପବିତ୍ର ଗୃହରେ ବାଚସ୍ପତିଙ୍କୁ ଅସମ୍ମାନ କରି ବିଜେପି କଳା ଅଧ୍ୟାୟ ସୃଷ୍ଟି କରିଛି । ମହିଳାମାନେ କହିଛନ୍ତି ଗୋଟିଏ ପଟେ କେନ୍ଦ୍ର ସରକାର ସଂସଦରେ ୩୩ ପ୍ରତିଶତ ଆସନ ମହିଳାଙ୍କ ସଂରକ୍ଷଣ ବିଲକୁ ପାସ କରାଇଛନ୍ତି ହେଲେ ରାଜ୍ୟରେ ବିଜେପି ବିଧାୟକ ମହିଳା ବାଚସ୍ପତିଙ୍କୁ ଅସମ୍ମାନ କରୁଛନ୍ତି । ଏଭଳି ଆଚରଣ ପାଇଁ ଦୁଇ ବିଜେପି ବିଧାୟକ ତୁରନ୍ତ କ୍ଷମା ମାଗନ୍ତୁ ବୋଲି ଦାବି କରାଯାଇଛି ।ସେହିପରି ଗତକାଲି ଭୁବନେଶ୍ବରରୁ ବ୍ରହ୍ମପୁର, କଟକରୁ ସମ୍ବଲପୁର ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ କ୍ୟାଣ୍ଡେଲ ଶୋଭାଯାତ୍ରା କରି ପ୍ରତିବାଦ ଜଣାଇଥିଲା ମହିଳା ବିଜୁ ଜନତା ଦଳ । ହଜାର ହଜାର ମହିଳା ମହମବତୀ ଶୋଭାଯାତ୍ରା କରି ବିଜେପି ବିଧାୟକଙ୍କ ଆଚରଣକୁ ନିନ୍ଦା କରିଥିଲେ । ଗୃହର ଗରିମା ଭାଙ୍ଗି ମହିଳା ବାଚସ୍ପତିଙ୍କୁ ଯେଭଳି ଭାବରେ ଦୁଇ ବିଜେପି ବିଧାୟକ ଅସମ୍ମାନ କଲେ ତାହାକୁ ନିନ୍ଦା କରିଛି ବିଜେଡି ।
Trending
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ
- ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ, ଚଳିତ ମାସ ୧୫ ତାରିଖ ସକାଳ ୯ଟା ୪୦ରୁ ୯ଟା ୫୪ ମଧ୍ୟରେ ଲଗ୍ନ ସ୍ଥିର
- ପିଲାଦିନକୁ ମରିବାକୁ ଦେବା ଉଚିତ୍ ନୁହେଁ ବରଂ ବଞ୍ଚାଇ ରଖିବା ହେଉଛି ଶିକ୍ଷକଙ୍କ କାମ – ମୋଦୀ
- ଯୁଦ୍ଧ ସମୟରେ ସବୁଠାରୁ ଦୀର୍ଘ ସମୟ ପ୍ରଧାନମନ୍ତ୍ରୀ ରହିବାର ରେକର୍ଡ କଲେ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି, ମୋଦୀ ଜଣାଇଲେ ଶୁଭେଚ୍ଛା
- ଆନ୍ଦୋଳନକାରୀଙ୍କ ବାପାଙ୍କୁ ଆକ୍ରମଣ କରି ଗୁରୁତର ଆହତ କରିଥିବା ଅଭିଯୋଗରେ ଇନଫ୍ଲୁଏନ୍ସର ସ୍ୱତନ୍ତ୍ର ଭରଦ୍ୱାଜ ଗିରଫ
- ଆଜିଠୁ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ,ବୈଠକକୁ ଉଦଘାଟନ କରିବେ ରାଷ୍ଟ୍ରୀୟ ସାଧାରଣ ସଂପାଦକ ସୁନୀଲ ବଂଶଲ
- ମଣିଷ ଗଢ଼ୁଥିବା ଗୁରୁଙ୍କୁ ସମ୍ମାନର ଦିନ , ଗୁରୁ ଦିବସ ପାଇଁ ଚଳଚଞ୍ଚଳ ବିଭିନ୍ନ ଶିକ୍ଷାନୁଷ୍ଠାନ
- ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି , ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଗଲା ଟଙ୍କା
- ଲକ୍ଷ୍ମୀସାଗର ବ୍ରହ୍ମାକୁମାରୀ ସେଣ୍ଟରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ: ଦିବ୍ୟ ଗୁଣ ଧାରଣ ପାଇଁ ଆହ୍ୱାନ
- ମହାକାଶରେ ଭାରତର ନୂଆ ଆଖି । EOS-05ର ସଫଳ ଉତକ୍ଷେପଣ
Prev Post
Next Post