ଚଳିତ ଆର୍ଥିକ ବର୍ଷର ୬ଷ୍ଠ ମାସରେ ରେକର୍ଡ ପରିମାଣର ସାମଗ୍ରୀ ଏବଂ ସେବା ଟିକସ (ଗୁଡ୍ସ ଆଣ୍ଡ ସର୍ଭିସ ଟ୍ୟାକ୍ସ ବା ଜିଏସଟି) ସଂଗ୍ରହ କରାଯାଇଛି ବୋଲି ରବିବାର ଅର୍ଥମନ୍ତ୍ରଣାଳୟ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି। ଉଲ୍ଲେଖଯୋଗ୍ୟ, ୨୦୨୩-୨୪ ଆର୍ଥିକ ବର୍ଷର ସେପ୍ଟେମ୍ବରରେ ଦେଶର ଜିଏସଟି ପ୍ରାୟ ୧.୬୩ (୧,୬୨,୭୧୨) ଲକ୍ଷ କୋଟି ଟଙ୍କାର ଟିକସ ରାଜସ୍ବ ଆକାରରେ ସଂଗ୍ରହ କରାଯାଇଛି। ଏପରିକି ୨୦୨୨-୨୩ ଆର୍ଥିକ ବର୍ଷର ସମାନ ଅବଧି ମଧ୍ୟରେ ସଂଗ୍ରହ ହୋଇଥିବା ଟିକସ ପରିମାଣ ପ୍ରାୟ ୧.୪୭ ଲକ୍ଷ କୋଟିଠାରୁ ୨୦୨୩-୨୪ ଆର୍ଥିକ ବର୍ଷର ଅଗଷ୍ଟରେ ସଂଗୃହୀତ ଟିକସ ପରିମାଣ ପ୍ରାୟ ୧୦% ଅଧିକ ବୋଲି ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।ଅପରପକ୍ଷରେ କ୍ରମାଗତ ୧୯ ମାସ ପାଇଁ ଦେଶର ଜିଏସଟି ସଂଗ୍ରହ ୧.୪ ଲକ୍ଷ କୋଟିରୁ ଅଧିକ ରହିଥିବାବେଳେ ୧୦ମ ଥର ପାଇଁ ୧.୫ଲକ୍ଷ କୋଟିରୁ ଅଧିକ ପରିମାଣର ଟିକସ ଆଦାୟ ହୋଇଛି ବୋଲି ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ବିସ୍ତୃତ ସୂଚନା ଦିଆଯାଇଛି। ସେହିଭଳି ୨୦୨୩-୨୪ ଆର୍ଥିକ ବର୍ଷରେ ୪ର୍ଥ ଥର ଲାଗି ଜିଏସ୍ଟି ସଂଗ୍ରହ ୧.୬ ଲକ୍ଷ କୋଟିରୁ ଅଧିକ ରହିଥିବା ଜଣାପଡିଛି। ବିଶେଷ କରି ଚଳିତ ଆର୍ଥିକ ବର୍ଷର ପ୍ରଥମ ୬ ମାସ (ଅର୍ଦ୍ଧବାର୍ଷିକ)ରେ ୯,୯୨,୫୦୮ କୋଟି ଟଙ୍କାର ଟିକସ ଜିଏସଟି ଆକାରରେ ଆଦାୟ କରାଯାଇଛି। ଗତ ଆର୍ଥିକ ବର୍ଷର ସମାନ ଅବଧିରେ ଏହି ପରିମାଣ ୮,୯୩,୩୩୪ କୋଟି ଟଙ୍କା ରହିଥିଲା।
Trending
- ପାଟନା ସିଭିଲ କୋର୍ଟରେ ଗୁଳିକାଣ୍ଡ ମାମଲାରେ ଚର୍ଚ୍ଚିତ ଶିକ୍ଷକ ଖାନ୍ ସାର୍
- ରାଜ୍ୟରେ ମୋଟ ୩,୭୯୩.୩୩ କୋଟି ଟଙ୍କାର ପୁଞ୍ଜିନିବେଶ ହେବାକୁ ଯାଉଥିବା ବେଳେ ୧୯,୯୨୪ ଜଣଙ୍କ ପାଇଁ ନୂଆ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ
- ଅନ୍ତର୍ଜାତୀୟ ରଜ ଉତ୍ସବ ଉପରେ କାଳବୈଶାଖୀ ମାଡ଼,ବ୍ୟବସାୟୀଙ୍କ ସାମଗ୍ରୀରେ ପାଣି ପଶି ଲକ୍ଷାଧିକ ଟଙ୍କାର କ୍ଷତି ହୋଇଛି
- ଦିଲ୍ଲୀରେ ‘କକ୍ରୋଚ୍’ ପାର୍ଟିର ଆନ୍ଦୋଳନ,କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି
- କାଳବୈଶାଖୀ ପ୍ରଭାବରେ ରାଜଧାନୀରେ ପ୍ରବଳ ବର୍ଷା ସହ କୁଆପଥର ବର୍ଷା
- ଭିଜିଲାନ୍ସ ଜାଲରେ ବାଲିଗୁଡ଼ା ITDA ସହକାରୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା,ଏକା ସାଙ୍ଗରେ ୯ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ
- ରାଜ୍ୟରେ ୩୦ ତାରିଖ ଯାଏଁ ବସ୍ ଧର୍ମଘଟ ସ୍ଥଗିତ ,ବସ୍ ଭଡ଼ା ବୃଦ୍ଧି ହେବା ନେଇ ଆଜି ବସିଥିବା ଦ୍ୱିପାକ୍ଷିୟ ବୈଠକ ଅପାତତଃ ସଫଳ
- ଆଇଡବ୍ଲୁଟି କୁ ନେଇ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛି ଭାରତ, ଯେଉଁ ପର୍ଯ୍ୟନ୍ତ ପାକିସ୍ତାନ ଆତଙ୍କବାଦକୁ ବନ୍ଦ ନ କରିଛି ସେ ପର୍ଯ୍ୟନ୍ତ ଏହି ସନ୍ଧି ସ୍ଥଗିତ ରହିବ
- ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାର ତଦନ୍ତ ସାରି ଦିଲ୍ଲୀ ଫେରିଲା NHRC ଟିମ୍ ,ADG ଦୟାଲ ଗଙ୍ଗୱାରଙ୍କ ସମେତ ଅନ୍ୟ ସମସ୍ତଙ୍କୁ ପଚରାଉଚରା ହୋଇଛି
- ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଚାଲିଥିବା ପରିଚାଳନା କମିଟି ବୈଠକ ଶେଷ,ନୀଳାଦ୍ରି ବିଜେ ପରେ ଗଣତି ମଣତି କାର୍ଯ୍ୟ ହେବ
Next Post