ବିଜୁ ଜନତା ଦଳ ଗରିବ, ମହିଳା, ଯୁବ, ଏସସି ଓ ଏସଟିଙ୍କ ପାଇଁ କାମ କରୁଛି। ମହିଳା ସଶକ୍ତିକରଣ ଦିଗରେ କାମ କରୁଛୁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଗାନ୍ଧୀ ଜୟନ୍ତୀ ଅବସରରେ ଆଜିଠାରୁ ବିଜେଡିର ଜନସଂପର୍କ ଯାତ୍ରା ଆରମ୍ଭ ହୋଇଥିବା ବେଳେ ମୁଖ୍ୟମନ୍ତ୍ରୀ ଏପରି କହିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାପୁଜୀଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଗାନ୍ଧିଜୀ ଆମକୁ ସବୁବେଳେ ପ୍ରେରଣା ଦେଇ ଆସିଛନ୍ତି। ମହିଳା ଆଇନ ଆମ ବହୁଦିନର ଉଦ୍ୟମ ଥିଲା, ତାହା ସଫଳ ହୋଇଛି। ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସ୍ୱାସ୍ଥ୍ୟ କ୍ଷେତ୍ରରେ ଗେମ ଚେଞ୍ଜର ହୋଇଛି। ସ୍କୁଲ ରୁପାନ୍ତରଣ, ଖାଦ୍ୟ ସୁରକ୍ଷା, କ୍ରୀଡ଼ାର ବିକାଶ କ୍ଷେତ୍ରରେ ଓଡ଼ିଶା ଉଦାହରଣ ସାଜିଛି। ଓଡ଼ିଶାର ବିକାଶରେ ବିରୋଧୀ ଦଳ ବାଧକ ସାଜିଛନ୍ତି। ସେମାନେ ଖୁସି ନାହାନ୍ତି। ଲୋକଙ୍କୁ ଭୁଲ ଖବର ଦେଇ ଭ୍ରମିତ କରିବା ଏବେ ସେମାନଙ୍କ କାମ ହୋଇଛି। ନିର୍ବାଚନ ଆସିଲେ ସେମାନେ ଏମିତି କରନ୍ତି। ସେଥିପାଇଁ ସେମାନଙ୍କୁ ଜନତା ସବୁବେଳେ ରିଜେକ୍ଟ କରି ଆସିଛନ୍ତି। ବିରୋଧୀ ହେଉଛନ୍ତି ବିକାଶ ବିରୋଧୀ ଓ ଜନ ବିରୋଧୀ । ସେପଟେ ବିଜେଡିର ଜନ ସମ୍ପର୍କ ଅଭିଯାନକୁ ନେଇ ବିଜେପି ପକ୍ଷରୁ ପ୍ରତିକ୍ରିୟା ପ୍ରକାଶ ପାଇଛି। ରାଜ୍ୟ ବିଜେପି ମୁଖପାତ୍ର ଅନୀଲ ବିଶ୍ୱାଳ କହିଛନ୍ତି, ବିଜେଡିର ଜନ ସମ୍ପର୍କ ଅଭିଯାନ ନୁହେଁ, ଏହା ଜନ ପ୍ରତାରଣା ଅଭିଯାନ।
Trending
- ମୋଦୀଙ୍କୁ ଭୋଟ ଚୋର କହିଲେ ରାହୁଲ
- ପ୍ରଥମ ରାଷ୍ଟ୍ରପତି ଭାବେ ରାଫେଲରୁ ଉଡାଣ ଭରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁମୁଁ
- ୧୯୯୯ ମହାବାତ୍ୟାକୁ ପୂରିଲା ୨୬ ବର୍ଷ
- ସାମୁଦ୍ରିକ ଝଡ଼ ‘ମନ୍ଥା’ : ଓଡ଼ିଶା ପାଇଁ ଟଳିଗଲା ବିପଦ
- ସାମୁଦ୍ରିକ ଝଡ଼ ‘ମୋନ୍ଥା’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଜାରି , ରାତି ୧୨ଟା ସୁଦ୍ଧା ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଶେଷ ହେବ
- ୮ମ ବେତନ କମିଶନକୁ ଅନୁମୋଦନ
- ଜିରୋ କାଜୁଆଲିଟି ସରକାରଙ୍କ ଲକ୍ଷ୍ୟ , ପ୍ରଥମ ଓ ଦ୍ୱିତୀୟ ଦିନରେ ୫ଟି ଜିଲ୍ଲା ପ୍ରଭାବିତ ହେବ – ମୁଖ୍ୟମନ୍ତ୍ରୀ
- ଭୟ ନକରି ସତର୍କ ରୁହନ୍ତୁ, ଆମେ ଏକାଠି ବାତ୍ୟାର ମୁକାବିଲା କରିବା – ନବୀନ
- ଛଠ ପୂଜା କାର୍ଯ୍ୟକ୍ରମରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବର୍ତ୍ତମାନ ମୋନ୍ଥା ଗୋପାଳପୁର ଠାରୁ ୫୫୦ କିଲୋମିଟର ଦକ୍ଷିଣ ଦକ୍ଷିଣ-ପଶ୍ଚିମ ଦିଗରେ ରହିଛି
Prev Post
Next Post