ଦୀର୍ଘ ଦେଢ ମାସ ଧରି ଏବେ ଦେଖିବାକୁ ମିଳିବ ବ୍ୟାଟ ଓ ବଲର ରୋମାଞ୍ଚ। ଆସିବ କ୍ରିକେଟ ଫିବର। ଭାରତର ୧୦ଟି ଗ୍ରାଉଣ୍ଡରେ ଏହି ମେଗା ପ୍ରତିଯୋଗିତା ଅକ୍ଟୋବର ୫ରୁ ନଭେମ୍ବର ୧୯ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ପ୍ରତିଯୋଗିତାରେ ଭାଗ ନେବେ ବିଶ୍ବର ଶ୍ରେଷ୍ଠ ୧୦ ଦଳ। ଆୟୋଜକ ଭାରତ ସମେତ ଇଂଲଣ୍ଡ, ଅଷ୍ଟ୍ରେଲିଆ, ପାକିସ୍ତାନ, ଦକ୍ଷିଣ ଆଫ୍ରିକା, ନ୍ୟୁଜିଲାଣ୍ଡ, ନେଦରଲାଣ୍ଡ୍ସ, ବାଂଲାଦେଶ,ଆଫଗାନିସ୍ତାନ, ଶ୍ରୀଲଙ୍କା ଏଥିରେ ଭାଗ୍ୟ ପରୀକ୍ଷା କରିବେ। ଅହମ୍ମଦାବାର ନରେନ୍ଦ୍ର ମୋଦୀ ଷ୍ଟାଡ଼ିୟମରେ ଗତଥରର ବିଜେତା ଇଂଲଣ୍ଡ ଓ ରନର୍ସଅପ ନ୍ୟୁଜିଲାଣ୍ଡ ମଧ୍ୟରେ ଉଦ୍ଘାଟନୀ ମ୍ୟାଚ ଗୁରୁବାର ଖେଳାଯିବ। ଏଥି ସହିତ ଉକ୍ତ କ୍ରୀଡ଼ା ମହାକୁମ୍ଭର ଶୁଭାରମ୍ଭ ହେବ। ଏସୀୟ ମହାଦେଶର ଦେଶର ଏହା ହେବ ସର୍ବବୃହତ କ୍ରିକେଟ ମହାକୁମ୍ଭ। ପୂର୍ବରୁ ଭାରତରେ ୧୯୮୭, ୧୯୯୬ ଓ ୨୦୧୧ରେ ଦିନିକିଆ କ୍ରିକେଟ ବିଶ୍ବକପ ଆୟୋଜିତ ହୋଇଥିଲେ ମଧ୍ୟ ପ୍ରଥମ ଥର ପାଇଁ ଭାରତ ଏକକ ଭାବେ ଉକ୍ତ ପ୍ରତିଯୋଗିତାକୁ ଆୟୋଜନ କରୁଛି। ଅନେକ ଆହ୍ବାନ ଥିଲେ ହିଁ ଏହାକୁ ସଫଳତାର ସହ ମୁକାବିଲା କରି ଶ୍ରେଷ୍ଠ ପ୍ରତିଯୋଗିତାରେ ଆୟୋଜନ ନେଇ ବିସିସିଆଇ ପ୍ରସ୍ତୁତ ଶେଷ କରିଛି। ପ୍ରତିଯୋଗିତା ମୋଟ ୧୦ଟି ଗ୍ରାଉଣ୍ଡ ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡ଼ିୟମ, ମୁମ୍ବଇର ୱାଙ୍ଖଡେ ଓ ପୁଣେରେ, ହାଇଦରାବାଦ୍ର ରାଜୀବ ଗାନ୍ଧୀ ଷ୍ଟାଡ଼ିୟମ, ଧର୍ମଶାଳାର ଏଚ୍ପିସି ଷ୍ଟାଡ଼ିୟମ, ବାଙ୍ଗାଲୋରର ଏମ୍ ଚିନ୍ନାସ୍ବାମୀ ଷ୍ଟାଡ଼ିୟମ, ଚେନ୍ନଇର ଏମ.ଏ ଚିଦାମ୍ବରମ ଷ୍ଟାଡ଼ିୟମ, କଲକାତାର ଇଡେନଗାର୍ଡେନ, ଲକ୍ଷ୍ନୌର ଏକ୍ନା ଷ୍ଟାଡ଼ିୟମରେ ମ୍ୟାଚ ଖେଳାଯିବ।
Trending
- ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଆଜି ଅଖିମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ