ନୂଆଦିଲ୍ଲୀ: ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ଆପ୍ ନେତା ତଥା ରାଜ୍ୟସଭା ସାଂସଦ ସଂଜୟ ସିଂହଙ୍କୁ ଅକ୍ଟୋବର ୧୦ ପର୍ଯ୍ୟନ୍ତ ଇଡି ହାଜତ ପଠାଯାଇଛି। ବର୍ଷକ ମଧ୍ୟରେ ଆପ୍ର ତୃତୀୟ ନେତାଭାବେ ସଂଜୟ ସିଂହ ଏହି ମାମଲାରେ ଗିରଫ ହୋଇଛନ୍ତି। ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ମଧ୍ୟ ଏହି ମାମଲାରେ ପୂର୍ବରୁ ଜେଲ୍ରେ ଅଛନ୍ତି। ସଂଜୟ ସିଂହଙ୍କୁ ଆଜି ଦିଲ୍ଲୀ କୋର୍ଟରେ ହାଜର କରାଯାଇଥିଲା। ଆଜି କୋର୍ଟରେ ଇଡି ପକ୍ଷରୁ କୁହାଯାଇଥିଲା ଯେ ଜଣେ ବ୍ୟବସାୟୀ ସାଂସଦ ସିଂହଙ୍କୁ ୨ କୋଟି ଟଙ୍କା ଦେଇଥିଲେ ଏବଂ ଏହି ଟଙ୍କା ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲା ସହ ଜଡ଼ିତ। ଆପ୍ ସାଂସଦଙ୍କ ବିରୋଧରେ ଇଡି ଡିଜିଟାଲ ପ୍ରମାଣ ଯୋଗାଡ଼ କରିଥିବା କହିଛି। ମାମଲାରେ ଜଣେ ଅଭିଯୁ୍କ୍ତ ଦିନେଶ ଆରୋରାଙ୍କର ଜଣେ କର୍ମଚାରୀ ସାଂସଦ ସିଂହଙ୍କୁ ଏହି ଟଙ୍କା ଦେଇଥିବା ଅଭିଯୋଗ ହୋଇଛି।
Trending
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
Prev Post
Next Post