ଆସନ୍ତା ସପ୍ତାହରେ ପରବର୍ତ୍ତୀ ଶୁଣାଣି ହେବ। ବିଗତ ୫ ବର୍ଷ ଧରି ରାଜ୍ୟର ଉଚ୍ଚଶିକ୍ଷାନୁଷ୍ଠାନଗୁଡ଼ିକରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ ରହିଛି। ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟ କ୍ୟାମ୍ପସଗୁଡ଼ିକ ଉଚ୍ଛୃଙ୍ଖଳ ତଥା ଅଶାନ୍ତ ରହିବା ଓ ଲିଙ୍ଗ୍ଡୋ କମିସନ ନିୟମ ପାଳନ କରାନଯିବା ଦର୍ଶାଇ ରାଜ୍ୟ ସରକାର ଛାତ୍ର ସଂସଦ ନିର୍ବାଚନ କରାଉନାହାନ୍ତି। ହେଲେ ସମ୍ବିଧାନ ଓ ଲିଙ୍ଗଡ଼ୋ କମିସନ୍ଙ୍କ ରିପୋର୍ଟ ଅନୁଯାୟୀ ୧୮ବର୍ଷ ବୟସରେ ଜଣେ ବ୍ୟକ୍ତି ଜନପ୍ରତିନିଧି ଆଇନର ପରିସର ମଧ୍ୟରେ ଦେଶ ତଥା ରାଜ୍ୟର ନେତା ମନୋନୀତ କରିବାର ଅଧିକାର ପାଉଛନ୍ତି। ତେଣୁ ରାଜ୍ୟର ସରକାରୀ, ବେସରକାରୀ, ଅନୁଦାନପ୍ରାପ୍ତ କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ନିର୍ବାଚନ କରାଇବାକୁ ନିର୍ଦେଶ ଦେବା ନିମନ୍ତେ ପ୍ରାର୍ଥନା କରି ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି) ପକ୍ଷରୁ ହାଇକୋର୍ଟରେ ଏକ ଜନସ୍ୱାର୍ଥ ମାମଲା ଗତ ସେପ୍ଟେମ୍ବର ୧୮ ତାରିଖରେ ଦାୟର ହୋଇଥିଲା। ଏବିଭିପିର ରାଜ୍ୟ ସମ୍ପାଦକ ଅରିଜିତ ପଟ୍ଟନାୟକ ଓ ଜାତୀୟ କାର୍ଯ୍ୟକାରିଣୀ ସଦସ୍ୟ ଚଣ୍ଡୀ ପ୍ରସାଦଙ୍କ ପକ୍ଷରୁ ଏହି ମାମଲା ରୁଜୁ ହୋଇଥିଲା।
Trending
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
- ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ
- ମଝି ଆକାଶରେ ଯାତ୍ରୀ ଅସୁସ୍ଥ ଅନୁଭବ କରିବାକୁ ଏୟାର ଇଣ୍ଡିଆ ବିମାନର ଜରୁରୀକାଳନୀ ଅବତରଣ
- ଅତିରିକ୍ତ ଏସପି ସ୍ତରରେ ବଡ ଧରଣର ଅଦଳବଦଳ
- ଆସନ୍ତା ୧୧ ତାରିଖରେ ଧନ ଧାନ୍ୟ କୃଷି ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ
- ମୁଖ୍ୟମନ୍ତ୍ରୀ ଲୋକଙ୍କୁ ମିଥ୍ୟା ପ୍ରତିଶ୍ରୁତି ଦେଉଛନ୍ତି : ଭକ୍ତ
Prev Post
Next Post