ମେଟ୍ରୋ ପ୍ରକଳ୍ପ ପାଇଁ ଡିପିଆରକୁ ଅନୁମୋଦନ ମିଳିଛି। ମୁଖ୍ୟମନ୍ତ୍ରୀ ଏହି ଡିପିଆରକୁ ଅନୁମତି ଦେଇଥିବାବେଳେ ଆଗାମୀ ପ୍ରକ୍ରିୟା ସ୍ବରୂପ ଖୁବଶୀଘ୍ର ଟେଣ୍ଡର ପ୍ରକ୍ରିୟା ଆରମ୍ଭ ହେବ ବୋଲି ଜଣାପଡିଛି। ପ୍ରାଥମିକ ସୂଚନା ଅନୁଯାୟୀ ‘ଟର୍ଣ୍ଣ କି’ ଆଧାରରେ ଏହି କାର୍ଯ୍ୟ କରିବା ପାଇଁ ନିଷ୍ପତ୍ତି ହୋଇଛି। ଏଥିପାଇଁ ଯୋଗ୍ୟ ସଂସ୍ଥା ଟେଣ୍ଡର ପ୍ରକ୍ରିୟାରେ ଚୟନ କରିବା ଉପରେ ଗୁରୁତ୍ବ ଦେବା ପାଇଁ ଭୁବନେଶ୍ବର ମେଟ୍ରୋ ରେଳ କର୍ପୋରେସନ (ବିଏମଆରସି) ଯୋଜନା କରିଛି। ଅନ୍ୟପଟେ ଆସନ୍ତା ୧୮ ତାରିଖରେ ବିଏମଆରସିର ପ୍ରଥମ ବୋର୍ଡ ମିଟିଂ ବସିବ। ଏହି ବୋର୍ଡରେ ମୁଖ୍ୟ ଶାସନ ସଚିବ ଅଧ୍ୟକ୍ଷ ରହିଛନ୍ତି। ନଗର ଉନ୍ନୟନ ବିଭାଗ ସଚିବ, ପୂର୍ତ୍ତ ସଚିବ, ପରିବହନ ସଚିବ, ଅର୍ଥ ସଚିବଙ୍କ ସହିତ ବିଏମଆରସିର ଅଧ୍ୟକ୍ଷ ସଦସ୍ୟ ରହିଛନ୍ତି।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Prev Post