ରାଜ୍ୟର ସମସ୍ତ ଆଶାୟୀଙ୍କ ପାଇଁ ଆସିଛି ଏକ ଖୁସି ଖବର । ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସଏସସି) ପକ୍ଷରୁ ଅନେକ ପଦ ପାଇଁ ନିଯୁକ୍ତି ବିଜ୍ଞପ୍ତି ପ୍ରକାଶ ପାଇଛି । ଯୋଗ୍ୟ ପ୍ରାର୍ଥୀଙ୍କୁ ଗ୍ରୁପ-ବି ଓ ଗ୍ରୁପ-ସି ପଦରେ ନିଯୁକ୍ତି ମିଳିବ । ଇଚ୍ଛୁକ ପ୍ରାର୍ଥୀମାନେ ଆବେଦନ କରିବା ପୂର୍ବରୁ ଥରେ ନୋଟିଫିକେସନକୁ ଭଲ ଭାବେ ପଢ଼ି ନିଅନ୍ତୁ ।ଅଡିଟର, ଅଡିଟର (ସିଏଏ), ଟେକ୍ସଟାଇଲ ଇନ୍ସପେକ୍ଟର, ଜୁନିୟର ଆସିଷ୍ଟାଣ୍ଟ, ୱେଲଫେୟାର ଏକ୍ସଟେନସନ ଅଫିସର (ଡବ୍ଲ୍ୟଇଓ), ହାଣ୍ଡିକ୍ରାଫ୍ଟସ ପ୍ରମୋସନ ଅଫିସର, ଜୁନିୟର ଆକାଉଣ୍ଟାଣ୍ଟ ଏପରି ଭାବେ ୩୧ ପ୍ରକାର ପଦରେ ଚାକିରି କରିବାର ସୁଯୋଗ ରହିଛି । ଅକ୍ଟୋବର ମାସ ୧୪ ତାରିଖରୁ ଅନଲାଇନ୍ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇ ନଭେମ୍ବର ମାସ ୧୪ ତାରିଖରେ ସମାପ୍ତ ହେବ । ପ୍ରାର୍ଥୀମାନେ ନଭେମ୍ବର ୧୭ ତାରିଖ ସୁଦ୍ଧା ସେମାନଙ୍କର ଆପ୍ଲିକେସନ ଫର୍ମ ସଂଶୋଧନ କରିପାରିବେ ।ଚଳିତ ବର୍ଷ ଜାନୁଆରୀ ମାସ ୧ ତାରିଖ ସୁଦ୍ଧା ପ୍ରାର୍ଥୀଙ୍କର ସର୍ବନିମ୍ନ ବୟସ ୧୮ ଓ ସର୍ବାଧିକ ବୟସ ୩୮ ହୋଇଥିବା ଆବଶ୍ୟକ । ପ୍ରାର୍ଥୀ ଯେ କୌଣସି ସ୍ୱୀକୃତିପ୍ରାପ୍ତ ବିଶ୍ୱବିଦ୍ୟାଳୟରୁ ସ୍ନାତକ ପାସ କରିଥିବେ ଓ ଓଡ଼ିଆ ଭାଷା ପରୀକ୍ଷାରେ ପାସ୍ କରିଥିବେ । ଏଥିସହିତ କମ୍ପ୍ୟୁଟର, ଇଣ୍ଟରନେଟ, ଇ-ମେଲ, ୱାର୍ଡ ପ୍ରୋସେସିଂ, ତଥ୍ୟ ସମୀକ୍ଷା, ଉପସ୍ଥାପନ ଜାଣିଥିବେ । ସମସ୍ତ ପଦ ପାଇଁ ଅଲଗା ଅଲଗା ସଂଖ୍ୟା ରହିଛି ।
Trending
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ
Prev Post
Next Post