ଉପକୂଳରୁ ଉପାନ୍ତ ପର୍ଯ୍ୟନ୍ତ ସବୁଠି ଅସହ୍ୟ ତାତି । ଆର୍ଦ୍ରତା ଅଧିକ ରହୁଥିବାରୁ ପ୍ରବଳ ଗୁଳୁଗୁଳି ଅନୁଭୂତ ହେଉଛି । ଦିନ ୯ଟାରୁ ଟା ଟାଇଁ ଟାଇଁ ଖରାରେ ଘରୁ ବାହାରିବା ମୁସ୍କିଲ । ରାଜ୍ୟର ଅଧିକାଂଶ ସହରର ତାପମାତ୍ରା ୩୫ ଡିଗ୍ରୀରୁ ୩୮ ଡିଗ୍ରୀ ମଧ୍ୟରେ ରହୁଥିବା ବେଳେ ଉପକୂଳ ଓଡ଼ିଶାରେ ଆର୍ଦ୍ରତା ୮୦ ପ୍ରତିଶତ ରହୁଛି। ଆଗାମୀ ୪ ଦିନ ଏଭଳି ପାଗ ଲାଗିରହିବ ।ଗତକାଲି ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ଚାନ୍ଦବାଲିରେ ୩୬.୭ ଡିଗ୍ରି ସେଲସିୟସ ରେକର୍ଡ କରାଯାଇଛି । ଏଥିସହ ରାଜ୍ୟରେ ୧୮ ସହରର ତାପମାତ୍ରା ୩୫ ଡିଗ୍ରି ସେଲସିୟସ ଉପରେ ରହିଛି । ଅନ୍ୟପଟେ ରାଜ୍ୟରୁ ମୌସୁମୀ ଅପସାରଣ ନେଇ ପାଗ ଅନୁକୂଳ ରହିଛି । ଦିନେ ଦୁଇ ଦିନରେ ରାଜ୍ୟର କିଛି କିଛି ସ୍ଥାନରୁ ମୌସୁମୀ ବାୟୁ ଅପସାରଣ ଆରମ୍ଭ ହେବ। ତେବେ ସ୍ବାଭାବିକ ଭାବେ ପ୍ରତିବର୍ଷ ଅକ୍ଟୋବର ମାସରେ ତାପମାତ୍ରା ସମାନ୍ୟ ଅଧିକ ଥାଏ । କିନ୍ତୁ ଚଳିତ ବର୍ଷ ମେଘମୁକ୍ତ ଆକାଶ ଏବଂ ବର୍ଷା ନ ଥିବାରୁ ତାପମାତ୍ରା ସ୍ବାଭାବିକ ଠାରୁ ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ଅଧିକ ରହିଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।
Trending
- ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ବୃଦ୍ଧି ପାଇଛି,୮ଟି ଫାଟକ ବନ୍ୟାଜଳ ନିଷ୍କାସନ
- ଯୌତୁକ ପାଇଁ ନିକ୍କିଙ୍କୁ ଜାଳିଥିଲା, ଏବେ ପୁଲିସ କଲା ଏନକାଉଣ୍ଟର
- ସମ୍ବଲପୁରରେ ହେବ ଓୟୁଏଟିର କ୍ୟାମ୍ପସ
- ବୁଲା କୁକୁରଙ୍କୁ ମାଂସ ଦିଆଯିବ ନାହିଁ
- ହୀରାକୁଦର ୪ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟା ଜଳ
- ବୁଲା କୁକୁରଙ୍କୁ ଆଉ ବଳକା ମାଂସ ଦିଆଯିବନି
- ଏସ୍ଆଇଆର୍ ବିବାଦ : କଟିଥିବା ଭୋଟର ଅଭିଯୋଗ କରୁନାହାଁନ୍ତି
- ମୋଦି କହିଲେ ଜେଲ୍ରୁ କେହି ନିର୍ଦ୍ଦେଶ ଦେଇପାରିବେନି
- ବଦଳିଲେ ୮ ଜିଲ୍ଲା ଏସ୍ପି
- ଇସ୍ରୋର ପ୍ରଥମ ଗଗନଯାନ ପରୀକ୍ଷଣ
Prev Post
Next Post