ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ପୂର୍ବାହ୍ନ ପ୍ରାୟ ୧୧ଟାରେ ନୂଆଦିଲ୍ଲୀର ଯଶୋଭୂମିଠାରେ ନବମ ଜି-୨୦ ସଂସଦୀୟ ବାଚସ୍ପତି ସମ୍ମିଳନୀ (ପି୨୦)କୁ ଉଦଘାଟନ କରିବେ । ଏହି ପି-୨୦ ଶିଖର ସମ୍ମିଳନୀରେ ବିଷୟବସ୍ତୁଗତ ଅଧିବେଶନରେ ନିମ୍ନଲିଖିତ ଚାରିଟି ବିଷୟ ଉପରେ ଧ୍ୟାନ ଦିଆଯିବ – ସାର୍ବଜନୀନ ଡିଜିଟାଲ ପ୍ଲାଟଫର୍ମ ମାଧ୍ୟମରେ ଲୋକଙ୍କ ଜୀବନରେ ପରିବର୍ତ୍ତନ; ମହିଳାଙ୍କ ନେତୃତ୍ବ ଭିତ୍ତିକ ବିକାଶ; ଏସଡିଜିକୁ ତ୍ୱରାନ୍ୱିତ କରିବା; ଏବଂ ଦୀର୍ଘସ୍ଥାୟୀ ଶକ୍ତି ରୂପାନ୍ତରଣ ।ଭାରତର ଜି-୨୦ ଅଧ୍ୟକ୍ଷତାର ବ୍ୟାପକ ଢାଞ୍ଚା ରେ ଭାରତୀୟ ସଂସଦ ଏହି ଶିଖର ସମ୍ମିଳନୀ ଆୟୋଜନ କରୁଛି । ଭାରତର ଜି-୨୦ ଅଧ୍ୟକ୍ଷତାର ବିଷୟବସ୍ତୁ ଅନୁଯାୟୀ, ନବମ ପି୨୦ ଶିଖର ସମ୍ମିଳନୀର ବିଷୟବସ୍ତୁ ହେଉଛି “ଗୋଟିଏ ପୃଥିବୀ, ଗୋଟିଏ ପରିବାର, ଗୋଟିଏ ଭବିଷ୍ୟତ ପାଇଁ ସଂସଦ” । ଏହି କାର୍ଯ୍ୟକ୍ରମରେ ଜି-୨୦ ସଦସ୍ୟ ଏବଂ ଆମନ୍ତ୍ରିତ ଦେଶର ସଂସଦର ବାଚସ୍ପତିମାନେ ଯୋଗଦେବେ। ସେପ୍ଟେମ୍ବର ୯-୧୦, ୨୦୨୩ରେ ନୂଆଦିଲ୍ଲୀ ଜି-୨୦ ନେତୃତ୍ବ ସମ୍ମିଳନୀରେ ଆଫ୍ରିକୀୟ ସଂଘ ଜି-୨୦ର ସଦସ୍ୟ ହେବା ପରେ ପ୍ରଥମ ଥର ପାଇଁ ପାନ୍-ଆଫ୍ରିକା ସଂସଦ ପି-୨୦ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରିବ ।
Trending
- ବିହାର ରେ ପ୍ରଥମ ପର୍ଯ୍ୟାୟ ଭୋଟଗ୍ରହଣ , ସନ୍ଧ୍ୟା ୫ ଟା ସୁଦ୍ଧା ରାଜ୍ୟରେ ୬୦.୧୩ ପ୍ରତିଶତ ଭୋଟର ମତଦାନ ରେକର୍ଡ
- ନବୀନଙ୍କ ଉପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବିହାର ବିଧାନସଭା ନିର୍ବାଚନ , ଦିନ ୧୦ଟା ସୁଦ୍ଧା ୧୩.୧୩% ମତଦାନ
- ଗ୍ରୀନ୍ ଇଣ୍ଡିଆ ଚିଟ୍ ଫଣ୍ଡ୍ ଠକେଇ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ବ୍ରହ୍ମପୁରରେ ଚଢ଼ାଉ କରିଛି
- ଗୁରୁବାର ପାଇଁ ମାଡ଼ ଖାଇଛି ଛାଡ଼ଖାଇ
- ଆଜି ବିହାରରେ ପ୍ରଥମ ପର୍ଯ୍ୟାୟ ମତଦାନ,୧୩୧୪ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା କରୁଛନ୍ତି ୩କୋଟି ୭୫ଲକ୍ଷ ଭୋଟର
- ବାଲିଯାତ୍ରା ଏକ ପର୍ବ ନୁହେଁ, ଏହା ଓଡ଼ିଶାର ଗୌରବମୟ ନୌବାଣିଜ୍ୟ ଐତିହ୍ୟ ଓ ସାଧବଙ୍କ ଦୁଃସାହସିକ ମନୋବଳର ପ୍ରତୀକ
- ବେଦାନ୍ତ ଆଲୁମିନିୟମ୍ ଝାରସୁଗୁଡାରେ ସାଇବର ସୁରକ୍ଷା ସଚେତନତା ଅଭିଯାନ – ଓଡିଶା ୨୦୨୫’ ଅଧିବେଶନର ଆୟୋଜିତ
- ଅଙ୍ଗନବାଡ଼ି ଚଣା ଓ ମୁଢ଼ି ଯୋଗାଣରେ ଅନିୟମିତତା ଅଭିଯୋଗ
- ଜାନୁଆରି ୧ ରେ ଆରମ୍ଭ ହେବ ଝାରସୁଗୁଡ଼ା ଜିଲ୍ଲା ମହୋତ୍ସବ ଦୁଲଦୁଲି