ଭୁବନେଶ୍ୱର :‘ମୋ ସ୍କୁଲ ଅଭିଯାନ’ରେ ୮ ଲକ୍ଷ ୧୨ ହଜାରରୁ ଉର୍ଦ୍ଧ ପୁରାତନ ଛାତ୍ରଛାତ୍ରୀ ହୋଇଛନ୍ତି ସାମିଲ । ‘ମୋ ସ୍କୁଲ’ ଅଭିଯାନ ଅଧୀନରେ ବିଦ୍ୟାଳୟର ଉନ୍ନତି ପାଇଁ କରାଯାଇଥିବା ବିଭିନ୍ନ ପ୍ରକଳ୍ପ ଗୁଡିକର ସ୍ୱଚ୍ଛତା ବଜାୟ ରଖିବା ଉଦ୍ଦେଶ୍ୟରେ ଆରମ୍ଭ ହୋଇଥିବା ପ୍ରଥମ ପର୍ଯ୍ୟାୟ ସାମାଜିକ ସମୀକ୍ଷା ସଫଳତାର ସହ ଶେଷ ହୋଇଛି । ପ୍ରତି ବ୍ଲକ୍ରୁ ଗୋଟିଏ ଲେଖାଏଁ ବିଦ୍ୟାଳୟ ଏବଂ ୫ ଲକ୍ଷରୁ ଅଧିକ ଟଙ୍କାର ପ୍ରକଳ୍ପ କରାଯାଇଥିବା ୯୨୬ଟି ବିଦ୍ୟାଳୟରେ ଏହି ସମୀକ୍ଷା ସଫଳ ହୋଇଛି । ଏହାପରେ ପ୍ରତି ମାସରେ ମୋ ସ୍କୁଲ ପ୍ରକଳ୍ପ ଶେଷ ହେଇଥିବା ୧୦୦୦ଟି ଉଚ୍ଚ ବିଦ୍ୟାଳୟରେ ସାମାଜିକ ସମୀକ୍ଷା କରାଯିବ । ‘ମୋ ସ୍କୁଲ’ର ସାମାଜିକ ସମୀକ୍ଷକ ଭାବେ ପ୍ରକଳ୍ପର ଅଂଶୀଦାର, ପୁରାତନ ଛାତ୍ରଛାତ୍ରୀ, ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟ, ବିଇଓ, ଅବସରପ୍ରାପ୍ତ ପ୍ରଧାନଶିକ୍ଷକ/ଏବିଇଓ/ସିଆର୍ସିସି ପ୍ରମୁଖ ଯୋଗ ଦେଇ ବିଦ୍ୟାଳୟରେ କରାଯାଇଥିବା ପ୍ରକଳ୍ପ ଗୁଡିକର ସମୀକ୍ଷା କରିବେ । ଗୁରୁବାର ଦିନ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଶାସନ ସଚିବ ଅଶ୍ୱଥୀ ଏସ୍ଙ୍କ ଅଧ୍ୟକ୍ଷତାରେ ଲୋକସେବା-ଭବନଠାରେ ‘ମୋ ସ୍କୁଲ ଅଭିଯାନ’ର ୪୩ତମ କାର୍ଯ୍ୟନିର୍ବାହୀ ପରିଷଦ ବୈଠକରେ ଏନେଇ ନିଷ୍ପତ୍ତି ନିଆଯାଇଛି ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ