ଭୁବନେଶ୍ୱର :‘ମୋ ସ୍କୁଲ ଅଭିଯାନ’ରେ ୮ ଲକ୍ଷ ୧୨ ହଜାରରୁ ଉର୍ଦ୍ଧ ପୁରାତନ ଛାତ୍ରଛାତ୍ରୀ ହୋଇଛନ୍ତି ସାମିଲ । ‘ମୋ ସ୍କୁଲ’ ଅଭିଯାନ ଅଧୀନରେ ବିଦ୍ୟାଳୟର ଉନ୍ନତି ପାଇଁ କରାଯାଇଥିବା ବିଭିନ୍ନ ପ୍ରକଳ୍ପ ଗୁଡିକର ସ୍ୱଚ୍ଛତା ବଜାୟ ରଖିବା ଉଦ୍ଦେଶ୍ୟରେ ଆରମ୍ଭ ହୋଇଥିବା ପ୍ରଥମ ପର୍ଯ୍ୟାୟ ସାମାଜିକ ସମୀକ୍ଷା ସଫଳତାର ସହ ଶେଷ ହୋଇଛି । ପ୍ରତି ବ୍ଲକ୍ରୁ ଗୋଟିଏ ଲେଖାଏଁ ବିଦ୍ୟାଳୟ ଏବଂ ୫ ଲକ୍ଷରୁ ଅଧିକ ଟଙ୍କାର ପ୍ରକଳ୍ପ କରାଯାଇଥିବା ୯୨୬ଟି ବିଦ୍ୟାଳୟରେ ଏହି ସମୀକ୍ଷା ସଫଳ ହୋଇଛି । ଏହାପରେ ପ୍ରତି ମାସରେ ମୋ ସ୍କୁଲ ପ୍ରକଳ୍ପ ଶେଷ ହେଇଥିବା ୧୦୦୦ଟି ଉଚ୍ଚ ବିଦ୍ୟାଳୟରେ ସାମାଜିକ ସମୀକ୍ଷା କରାଯିବ । ‘ମୋ ସ୍କୁଲ’ର ସାମାଜିକ ସମୀକ୍ଷକ ଭାବେ ପ୍ରକଳ୍ପର ଅଂଶୀଦାର, ପୁରାତନ ଛାତ୍ରଛାତ୍ରୀ, ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟ, ବିଇଓ, ଅବସରପ୍ରାପ୍ତ ପ୍ରଧାନଶିକ୍ଷକ/ଏବିଇଓ/ସିଆର୍ସିସି ପ୍ରମୁଖ ଯୋଗ ଦେଇ ବିଦ୍ୟାଳୟରେ କରାଯାଇଥିବା ପ୍ରକଳ୍ପ ଗୁଡିକର ସମୀକ୍ଷା କରିବେ । ଗୁରୁବାର ଦିନ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଶାସନ ସଚିବ ଅଶ୍ୱଥୀ ଏସ୍ଙ୍କ ଅଧ୍ୟକ୍ଷତାରେ ଲୋକସେବା-ଭବନଠାରେ ‘ମୋ ସ୍କୁଲ ଅଭିଯାନ’ର ୪୩ତମ କାର୍ଯ୍ୟନିର୍ବାହୀ ପରିଷଦ ବୈଠକରେ ଏନେଇ ନିଷ୍ପତ୍ତି ନିଆଯାଇଛି ।
Trending
- ବିହାର ରେ ପ୍ରଥମ ପର୍ଯ୍ୟାୟ ଭୋଟଗ୍ରହଣ , ସନ୍ଧ୍ୟା ୫ ଟା ସୁଦ୍ଧା ରାଜ୍ୟରେ ୬୦.୧୩ ପ୍ରତିଶତ ଭୋଟର ମତଦାନ ରେକର୍ଡ
- ନବୀନଙ୍କ ଉପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବିହାର ବିଧାନସଭା ନିର୍ବାଚନ , ଦିନ ୧୦ଟା ସୁଦ୍ଧା ୧୩.୧୩% ମତଦାନ
- ଗ୍ରୀନ୍ ଇଣ୍ଡିଆ ଚିଟ୍ ଫଣ୍ଡ୍ ଠକେଇ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ବ୍ରହ୍ମପୁରରେ ଚଢ଼ାଉ କରିଛି
- ଗୁରୁବାର ପାଇଁ ମାଡ଼ ଖାଇଛି ଛାଡ଼ଖାଇ
- ଆଜି ବିହାରରେ ପ୍ରଥମ ପର୍ଯ୍ୟାୟ ମତଦାନ,୧୩୧୪ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା କରୁଛନ୍ତି ୩କୋଟି ୭୫ଲକ୍ଷ ଭୋଟର
- ବାଲିଯାତ୍ରା ଏକ ପର୍ବ ନୁହେଁ, ଏହା ଓଡ଼ିଶାର ଗୌରବମୟ ନୌବାଣିଜ୍ୟ ଐତିହ୍ୟ ଓ ସାଧବଙ୍କ ଦୁଃସାହସିକ ମନୋବଳର ପ୍ରତୀକ
- ବେଦାନ୍ତ ଆଲୁମିନିୟମ୍ ଝାରସୁଗୁଡାରେ ସାଇବର ସୁରକ୍ଷା ସଚେତନତା ଅଭିଯାନ – ଓଡିଶା ୨୦୨୫’ ଅଧିବେଶନର ଆୟୋଜିତ
- ଅଙ୍ଗନବାଡ଼ି ଚଣା ଓ ମୁଢ଼ି ଯୋଗାଣରେ ଅନିୟମିତତା ଅଭିଯୋଗ
- ଜାନୁଆରି ୧ ରେ ଆରମ୍ଭ ହେବ ଝାରସୁଗୁଡ଼ା ଜିଲ୍ଲା ମହୋତ୍ସବ ଦୁଲଦୁଲି