ଭୂମିକମ୍ପ ବନ୍ଦ ହେବାର ନା ନେଉନାହିଁ ଆଫଗାନିସ୍ତାନରେ । ସୂଚନା ପ୍ରଦାନ କରି ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି କହିଛି ଯେ, ଆଜି ଆଫଗାନିସ୍ତାନରେ ରିକ୍ଟର ସ୍କେଲରେ ୪.୬ ମ୍ୟାଗ୍ନିଚ୍ୟୁଡର ଏକ ଭୂକମ୍ପ ଘଟିଛି। ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ଏହି ଭୂକମ୍ପ ଯୋଗୁଁ ଜୀବନ କିମ୍ବା ସମ୍ପତ୍ତି ନଷ୍ଟ ହେବାର ଖବର ଆସିନାହିଁ।ଏହି ସପ୍ତାହରେ ଆଫଗାନିସ୍ତାନରେ ଏହା ହେଉଛି ଦ୍ୱିତୀୟ ଭୂକମ୍ପ। ଏହାପୂର୍ବରୁ ଅକ୍ଟୋବର ୧୧ ବୁଧବାର ଦିନ ଉତ୍ତର-ପଶ୍ଚିମ ଆଫଗାନିସ୍ତାନରେ ୬.୩ ମ୍ୟାଗ୍ନିଚ୍ୟୁଡର ଏକ ଭୂକମ୍ପ ଘଟିଥିଲା। GFZ କହିଛି ଯେ, ଏହି ଭୂକମ୍ପ ୧୦ କିଲୋମିଟର ଗଭୀରରେ ଥିଲା। ଅକ୍ଟୋବର ୭ ରେ ପଶ୍ଚିମ ଆଫଗାନିସ୍ତାନରେ ୬.୧ ମ୍ୟାଗ୍ନିଚ୍ୟୁଡର ଦୁଇଟି ଭୂକମ୍ପରେ ବହୁ ସଂଖ୍ୟାରେ ଲୋକଙ୍କର ମୃତ୍ୟୁ ଘଟିଥିଲା ବୋଲି ଦେଶର ଜାତୀୟ ବିପର୍ଯ୍ୟୟ ପ୍ରାଧିକରଣ କହିଛି। ପଶ୍ଚିମ ଆଫଗାନିସ୍ତାନରେ ଏକ ଶକ୍ତିଶାଳୀ ଭୂକମ୍ପରେ ମୃତ୍ୟୁ ସଂଖ୍ୟା ୨,୦୦୦ କୁ ବୃଦ୍ଧି ପାଇଛି ବୋଲି ତାଲିବାନ ମୁଖପାତ୍ର କହିଛନ୍ତି।
Trending
- ନିମିଷା ପ୍ରିୟାଙ୍କ ମୃତ୍ୟୁଦଣ୍ଡ ବାତିଲ୍
- ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଖସାପଡ଼ା ନୀତି , ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ
- ପ୍ରାଥମିକ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପରିଚୟପତ୍ର ବଦଳିବ
- ଶ୍ରାବଣ ମାସର ତୃତୀୟ ସୋମବାର
- ବଢ଼ିବ ଚାଷୀ ପଞ୍ଜୀକରଣ ସମୟସୀମା
- ପହିଲାରୁ ନୂଆ ନିୟମ ,ମାସିକ ବଜେଟକୁ କରିବ ପ୍ରଭାବିତ
- ମନ କି ବାତରେ ଓଡ଼ିଶା କଥା
- ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ଘଟଣାରେ ଫେରାର ଥିବା ବିଜେଡି କର୍ପୋରେଟର ଅମରେଶ ଜେନା ନୀଳଗିରିରୁ ଗିରଫ
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
Prev Post
Next Post