ଆଜିଠୁ ଶକ୍ତିପୀଠରେ ଆରମ୍ଭ ହେଉଛି ନବରାତ୍ର ପୂଜା । ଚଣ୍ଡିପାଠରେ ପ୍ରକମ୍ପିତ ହେଉଛି ପରିବେଶ ବିଭିନ୍ନ ଶକ୍ତିପୀଠ । ଶାରଦୀୟ ଦୁର୍ଗାପୂଜା ଅବସରରେ ଚାଲିଛି ମାଆଙ୍କ ଷୋଡଶ ଉପଚାର ପୂଜା । ଆଜିଠାରୁ ମା ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି । ନବରାତ୍ର ପୂଜା ଦୃଷ୍ଚିରୁ ମାଆଙ୍କ ପୀଠରେ ଅଧିକ ଭକ୍ତଙ୍କ ସମାଗମ ଦେଖିବାକୁ ମିଳୁଛି । କଟକ ଚଣ୍ଡି, ମାଆ ସମଲେଇଙ୍କ ପୀଠରେ ଆଜିଠୁ ଆରମ୍ଭ ହେଉଛି ନବରାତ୍ର ପୂଜା । ଗତକାଲି ପରି ଆଜି ବି ଧବଳମୁଖି ବେଶରେ ଦର୍ଶନ ଦେଉଛନ୍ତି ମାଆ ସମଲେଶ୍ବରୀ । ଅଢେଇ ଦିନ ପର୍ଯ୍ୟନ୍ତ ମାଆଙ୍କୁ ଧବଳମୁଖି ବେଶ କରିବା ନେଇ ପରମ୍ପରା ରହିଛି । ଅନ୍ୟପଟେ ପୂଜା ମଣ୍ଡପରେ ମାଆଙ୍କ ମୂର୍ତ୍ତିରେ ଖଡି ଲାଗି ପରେ ଆଜିଠୁ ରଙ୍ଗକାମ କରାଯାଉଛି । ମଣ୍ଡପରେ ସାଜସଜା, ରୁପା ମେଢ ଓ ତୋରଣ କାମ ମଧ୍ୟ ଜୋରସୋରରେ ଚାଲିଛି ।
Trending
- ଓଡ଼ିଶା ମଣ୍ଡପ ପାଇଁ ଭୁବନେଶ୍ବରର ଚନ୍ଦ୍ରଶେଖରପୁରରେ ଜାଗା ଚିହ୍ନଟ
- ଆମେ ପ୍ରତିଶ୍ରୃତି ଦେଇଥିବା ୨୧ଟି କାର୍ଯ୍ୟକ୍ରମ ମଧ୍ୟରୁ ଏକ ବର୍ଷ ଭିତରେ ୧୧ଟି କାର୍ଯ୍ୟକାରୀ କରିଛୁ- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନିର୍ମାଣାଧୀନ ୬ ମହଲା କୋଠାରୁ ପଡ଼ି ଜଣେ ଶ୍ରମିକ ମୃତ
- ଯବାନଙ୍କ ଗୁଳିରେ 7 ମାଓବାଦୀ ଗିରଫ
- କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ଅସୁସ୍ଥ ,ଡାକ୍ତରଖାନାରେ ଭର୍ତ୍ତି
- 4 ଟି ପ୍ରସ୍ତାବ ବାଜିଲା କ୍ୟାବିନେଟ ମୋହର , ମୁଖ୍ୟମନ୍ତ୍ରୀ ସହରୀ ବିକାଶ ଯୋଜାନା କୁ ମିଳିଲା ଅନୁମୋଦନ
- ବିକଶିତ କୋଟିଆ ପାଇଁ ମାଷ୍ଟର ପ୍ଲାନ
- ରାଜ୍ୟରେ ଆଉ ୭ ନୂଆ କୋଭିଡ ପଜିଟିଭ୍ ଚିହ୍ନଟ
- ଆଜି ରୁକ୍ମିଣୀ ହରଣ ଏକାଦଶୀ , ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୂ ଶ୍ରୀଜଗନ୍ନାଥଙ୍କ ବିବାହ ଉତ୍ସବ
- ବିଶ୍ଵର ସର୍ବୋଚ୍ଚ ସେତୁ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
Prev Post
Next Post