ଗତ କିଛିଦିନ ହେବ ପ୍ରବଳ ଗ୍ରୀଷ୍ମ ଅନୁଭୂତ ହେଉଛି।ଆଶ୍ୱିନ ମାସରେ ହାଲୁକା ଶୀତ ଓ କାକର ପରିବେଶକୁ ଶୀତଳ କରିଥାଏ। ଅକ୍ଟୋବର ଶେଷ ଆଡ଼କୁ ଶୀତର ପ୍ରକୋପ ବଢ଼ିଥାଏ। ମାତ୍ର ଚଳିତ ବର୍ଷ ଏଥିରେ ସମ୍ପୂର୍ଣ୍ଣ ବ୍ୟତିକ୍ରମ ଦେଖାଦେଇଛି। ଶୀତ ବିଳମ୍ବରେ ଆସିବ ବୋଲି ଜଳବାୟୁ ବିଶେଷଜ୍ଞ ମତ ଦେଉଛନ୍ତି। ସେପ୍ଟେମ୍ବର ଶେଷକୁ ବର୍ଷା ଛାଡ଼ିଯିବା ପରେ ତାତିର ପ୍ରକୋପ ବଢ଼ିଯାଇଛି। ଆସନ୍ତା ୪ ଦିନ ଯାଏ ପାଗରେ ମଧ୍ୟ କୌଣସି ପରିବର୍ତ୍ତନର ସୂଚନା ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ପାଗ ଶୁଖିଲା ଓ ଖରାଟିଆ ରହିବ। ତେବେ ୧୮ ତାରିଖରୁ ତାତି ହ୍ରାସ ପାଇବ। ପାରଦ ୨ରୁ ୪ ଡିଗ୍ରୀ ସେଲ୍ସିୟସ ତଳକୁ ଖସିବ। ଏହି ସମୟରେ ଆଣ୍ଡାମାନ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ୨୦ ତାରିଖ ବେଳକୁ ଏହା ଲଘୁଚାପରେ ପରିଣତ ହେବ। ଏହା ଧୀରେ ଧୀରେ ଘନୀଭୂତ ହୋଇ ଡିପ୍ ଡିପ୍ରେସନରେ ପରିଣତ ହେବାର ସମ୍ଭାବନା ରହିଛି। ତେବେ ଏହା ବାତ୍ୟା ରୂପ ନେବ କି ନାହିଁ ତାହା ସ୍ପଷ୍ଟ ହୋଇ ନାହିଁ। ଆସନ୍ତା ୨୦ ତାରିଖ ବେଳକୁ ଏ ନେଇ ସୂଚନା ମିଳିପାରିବ ବୋଲି ପାଣିପାଗ ବିଶେଷଜ୍ଞ ଶରତ ସାହୁ କହିଛନ୍ତି।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Prev Post
Next Post