ଓସେପା ପକ୍ଷରୁ ପ୍ରକାଶ ପାଇଥିବା ୨୦ ହଜାର କନିଷ୍ଠ ଶିକ୍ଷକ ନିଯୁକ୍ତିକୁ ନେଇ ଆସିଛି ଏକ ଗୁରୁତ୍ୱପୂର୍ଣ୍ଣ ଖବର । ସେପ୍ଟେମ୍ବର ମାସ ୧୩ରୁ ଅକ୍ଟୋବର ମାସ ୧୦ ତାରିଖ ପର୍ଯ୍ୟନ୍ତ ଏଥିପାଇଁ ପ୍ରାର୍ଥୀମାନେ ଅନଲାଇନରେ ଆବେଦନ କରିଥିଲେ । ଆସନ୍ତା ଡିସେମ୍ବର ମାସ ସୁଦ୍ଧା ଏହି ନିଯୁକ୍ତି ସମାପ୍ତ ନେଇ ଲକ୍ଷ୍ୟ କରାଯାଇଛି ।ତେବେ ଏହା ମଧ୍ୟରେ ଓସେପା ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି । ଆସନ୍ତା ନଭେମ୍ବର ମାସ ୩ ତାରିଖ ଠାରୁ ଏହି ନିଯୁକ୍ତିର ସମ୍ପ୍ୟୁଟର ବେସଡ ଟେଷ୍ଟ (ସିବିଟି) ଆରମ୍ଭ ହେବ । ପ୍ରାର୍ଥୀ ଓ ପ୍ରାର୍ଥୀନୀଙ୍କୁ ବିଭିନ୍ନ ପରୀକ୍ଷା ତାରିଖ ତଥା ପରୀକ୍ଷା କେନ୍ଦ୍ର ଆବଣ୍ଟନ କରାଯିବ । ପରୀକ୍ଷା ସମ୍ବନ୍ଧୀୟ ସବିଶେଷ ସୂଚନା ଜାଣିବା ପାଇଁ ପ୍ରାର୍ଥୀମାନେ ଓସେପା ୱେବସାଇଟ୍ osepa.odisha.gov.in କୁ ପରିଦର୍ଶନ କରିପାରିବେ ।
Trending
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
- ବିହାରର ପୂର୍ଣ୍ଣିଆରେ ୪୦,୦୦୦ କୋଟିର ବିକାଶମୂଳକ କାର୍ଯ୍ୟର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
- ମୟୂରଭଞ୍ଜର ବିକାଶ ପାଇଁ ଡବଲ ଇଞ୍ଜିନ ସରକାର ବଦ୍ଧ ପରିକର – ଧର୍ମେନ୍ଦ୍ର ପ୍ରଧାନ
- ଇ-ପ୍ରଶାସନର ଜ୍ୱଳନ୍ତ ଉଦାହରଣ ପାଲଟିଛି କେନ୍ଦୁଝରର ଶୁଆକାଟି ପଞ୍ଚାୟତ