ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ

naveen amit

ଭୁବନେଶ୍ବର: ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ  । ସୋମବାର  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ ଥିବା ବେଳେ ଏଥର ମଧ୍ୟ  ମୁଖ୍ୟମନ୍ତ୍ରୀ ଜନ୍ମଦିନ ପାଳିବେ ନାହିଁ ବୋଲି ଜଣାପଡିଛି  । ଗତ ମାସରେ ନବୀନଙ୍କ ବଡ଼ ଭଉଣୀ ଗୀତା ମେହେଟ୍ଟାଙ୍କ ପରଲୋକ ହୋଇଥିବାରୁ ସେ ଜନ୍ମଦିନ ପାଳନ କରିବେ ନାହିଁ ବୋଲି କହିଛନ୍ତି ।  ଚଳିତ ବର୍ଷ ସେ ଜନ୍ମଦିନ ପାଳନ କରିବେ ନାହିଁ କହିଥିବାରୁ  ଜନ୍ମଦିନ ଅବସରରେ ନବୀନ ନିବାସକୁ ଯାଇ ଶୁଭେଚ୍ଛା ନ ଜଣାଇବାକୁ ଶୁଭେଚ୍ଛୁଙ୍କୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପୂର୍ବରୁ ମଧ୍ୟ   ମୁଖ୍ୟମନ୍ତ୍ରୀ ଜନ୍ମଦିନ ପାଳନ ନ କରିବା ଦେଖିବାକୁ ମିଳିଛି । ବାତ୍ୟା ଏବଂ ଦୁର୍ବିପାକ ଭଳି ସ୍ଥିତି ଉପୁଜିଥିବାବେଳେ ମଧ୍ୟ ମୁଖ୍ୟମନ୍ତ୍ରୀ ଜନ୍ମଦିନ ପାଳନ କରିନଥିଲେ ।