ନୂଆଦିଲ୍ଲୀ: ୩ଟି ରାଜ୍ୟ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ । ମଧ୍ୟପ୍ରଦେଶ, ଛତିଶଗଡ଼ ଓ ତେଲେଙ୍ଗାନା ପାଇଁ କଂଗ୍ରେସର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଥିବା ବେଳେ ମଧ୍ୟ ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କମଲନାଥ ଛିନ୍ଦଓ୍ବାଡ଼ାରୁ ମୈଦାନକୁ ଓହ୍ଲାଇବେ ବୋଲି ଘୋଷଣା ହୋଇଛି । ଗତଥର ମୁଖ୍ୟମନ୍ତ୍ରୀ ହୋଇଥିବା କମଲନାଥ ପୁରା ସମୟ ମୁଖ୍ୟମନ୍ତ୍ରୀ ରହିପାରିନଥିଲେ । ଅଧାରେ ତାଙ୍କ ସରକାର ଭାଙ୍ଗିଯିବାରୁ ବିଜେପି ପୁଣି ସରକାର ଗଠନ କରିଥିଲା । ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ବିପକ୍ଷରେ ବୁଧନୀରେ କଂଗ୍ରେସ ବିକ୍ରମ ମାସ୍ତାଲ ମୁକାବିଲା କରିବେ । ମାସ୍ତାଲ ୨୦୦୮ରେ ଆସିଥିବା ରାମାୟଣରେ ହନୁମାନ ଭୂମିକାରେ ଅଭିନୟ କରିଥିଲେ । ତେବେ ଶିବରାଜ କଂଗ୍ରେସ ପ୍ରାର୍ଥୀଙ୍କୁ ହରାଇବେ ବୋଲି କହିଛନ୍ତି ।
Trending
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
- ୨୦ ଦିନ ଧରି ଅନଶନରେ ଥିବା ଶିକ୍ଷା ଓ ପରିବେଶବିତ୍ ସୋନମ ୱାଙ୍ଗଚୁକଙ୍କୁ ଉଠାଇ ନେଲା ପୋଲିସ
- ଆଇଆଇସି ବିୟୁଟି ମହାନ୍ତି ଆତ୍ମହତ୍ୟା ମାମଲା: ମିଳିଛି ଡିଜିଟାଲ ଏଭିଡେନ୍ସ
- ଚିଲିକାରେ ଅନନ୍ୟ ‘ଜଳ ରଥଯାତ୍ରା’ , ଡଙ୍ଗାରେ ମାଉସୀ ମା’ ମନ୍ଦିର ଯାତ୍ରା କଲେ ମହାପ୍ରଭୁ