ନୂଆଦିଲ୍ଲୀ: ୩ଟି ରାଜ୍ୟ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ । ମଧ୍ୟପ୍ରଦେଶ, ଛତିଶଗଡ଼ ଓ ତେଲେଙ୍ଗାନା ପାଇଁ କଂଗ୍ରେସର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଥିବା ବେଳେ ମଧ୍ୟ ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କମଲନାଥ ଛିନ୍ଦଓ୍ବାଡ଼ାରୁ ମୈଦାନକୁ ଓହ୍ଲାଇବେ ବୋଲି ଘୋଷଣା ହୋଇଛି । ଗତଥର ମୁଖ୍ୟମନ୍ତ୍ରୀ ହୋଇଥିବା କମଲନାଥ ପୁରା ସମୟ ମୁଖ୍ୟମନ୍ତ୍ରୀ ରହିପାରିନଥିଲେ । ଅଧାରେ ତାଙ୍କ ସରକାର ଭାଙ୍ଗିଯିବାରୁ ବିଜେପି ପୁଣି ସରକାର ଗଠନ କରିଥିଲା । ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ବିପକ୍ଷରେ ବୁଧନୀରେ କଂଗ୍ରେସ ବିକ୍ରମ ମାସ୍ତାଲ ମୁକାବିଲା କରିବେ । ମାସ୍ତାଲ ୨୦୦୮ରେ ଆସିଥିବା ରାମାୟଣରେ ହନୁମାନ ଭୂମିକାରେ ଅଭିନୟ କରିଥିଲେ । ତେବେ ଶିବରାଜ କଂଗ୍ରେସ ପ୍ରାର୍ଥୀଙ୍କୁ ହରାଇବେ ବୋଲି କହିଛନ୍ତି ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ