ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଫାଇଭ-ଟି ସଚିବ ଏକାମ୍ର ପ୍ରକଳ୍ପକୁ ଯାଇ ଏହାର ଅଗ୍ରଗତି ନେଇ କରିଛନ୍ତି ସମୀକ୍ଷା । ମୁଖ୍ୟମନ୍ତ୍ରୀଙ୍କ ସ୍ବପ୍ନର ପ୍ରକଳ୍ପ ଏକାମ୍ର ପ୍ରକଳ୍ପ ୨୦୧୯ରେ ରୂପରେଖ ନେଇଥିଲା ଏବଂ ଗତ ଜୁନ ୨୮ ତାରିଖରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ ମୁଖ୍ୟମନ୍ତ୍ରୀ । ପ୍ରକଳ୍ପର ସମୀକ୍ଷା କରିବା ସହ ନିର୍ମାଣ କାର୍ଯ୍ୟର ଅଗ୍ରଗତି ଲାଗି କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଫାଇଭ-ଟି ସଚିବ । ପୁରୁଣା ଭୁବନେଶ୍ବରର ଐତିହ୍ୟର ସୁରକ୍ଷା ସହ ବିନ୍ଦୁସାଗରର ପୁନରୁଦ୍ଧାର ଓ ଏକମ୍ର ବନ ପ୍ରକଳ୍ପ ପ୍ରତିଷ୍ଠା ହେବ । ସେହିପରି ଲିଙ୍ଗରାଜ ହାଟ ପଛପଟ ପୂର୍ବଦ୍ବାର ଛକର ଉଭୟ ପାର୍ଶ୍ବ ନିକଟରେ ଜନସୁବିଧା ବ୍ୟବସ୍ଥା ଓ ଦକ୍ଷିଣ ପଶ୍ଚିମ ପାର୍କିଂ ନିର୍ମାଣ କାର୍ଯ୍ୟ ସମାନ ସମୟରେ ଆରମ୍ଭ କରିବା ଲାଗି ସେ ନିର୍ଦ୍ଦେଶ ଦେଇଥିଲେ ।
Trending
- ଭିଜିଲାନ୍ସ ଜାଲରେ ବାଲିଗୁଡ଼ା ITDA ସହକାରୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା,ଏକା ସାଙ୍ଗରେ ୯ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ
- ରାଜ୍ୟରେ ୩୦ ତାରିଖ ଯାଏଁ ବସ୍ ଧର୍ମଘଟ ସ୍ଥଗିତ ,ବସ୍ ଭଡ଼ା ବୃଦ୍ଧି ହେବା ନେଇ ଆଜି ବସିଥିବା ଦ୍ୱିପାକ୍ଷିୟ ବୈଠକ ଅପାତତଃ ସଫଳ
- ଆଇଡବ୍ଲୁଟି କୁ ନେଇ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛି ଭାରତ, ଯେଉଁ ପର୍ଯ୍ୟନ୍ତ ପାକିସ୍ତାନ ଆତଙ୍କବାଦକୁ ବନ୍ଦ ନ କରିଛି ସେ ପର୍ଯ୍ୟନ୍ତ ଏହି ସନ୍ଧି ସ୍ଥଗିତ ରହିବ
- ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାର ତଦନ୍ତ ସାରି ଦିଲ୍ଲୀ ଫେରିଲା NHRC ଟିମ୍ ,ADG ଦୟାଲ ଗଙ୍ଗୱାରଙ୍କ ସମେତ ଅନ୍ୟ ସମସ୍ତଙ୍କୁ ପଚରାଉଚରା ହୋଇଛି
- ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଚାଲିଥିବା ପରିଚାଳନା କମିଟି ବୈଠକ ଶେଷ,ନୀଳାଦ୍ରି ବିଜେ ପରେ ଗଣତି ମଣତି କାର୍ଯ୍ୟ ହେବ
- ଖାନ ସାରଙ୍କ ବିରୋଧରେ ହତ୍ୟା ଉଦ୍ୟମ ଏବଂ ଅସ୍ତ୍ରଶସ୍ତ୍ର ଆଇନ ଉଲ୍ଲଙ୍ଘନ ଅନୁଯାୟୀ ଏକ ମାମଲା ରୁଜୁ
- ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲ କଲେ ଦେବାଶିଷ ସାମନ୍ତରାୟ
- କନଷ୍ଟେବଳ ସୌମ୍ୟରଞ୍ଜନ ମୃତ୍ୟୁ ଘଟଣା: ଆଜି NHRC ତଦନ୍ତର ଶେଷ ଦିନ
- ନବ ନିର୍ମିତ ତାଳବଣିଆ ଥାନା କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷଙ୍କୁ ପ୍ରାର୍ଥୀ କଲା ବିଜେପି