ବଙ୍ଗୋପସାଗରରେ ସୃଷ୍ଟିହୋଇଥିବା ଘୃର୍ଣ୍ଣିବଳୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଆସନ୍ତା ୨୩ ତାରିଖ ବେଳକୁ ଏହା ଅଧିକ ଘନୀଭୂତ ହୋଇ ଅବପାତର ରୂପନେବା ସମ୍ଭାବନା ରହିଛି । ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରପକ୍ଷରୁ ସୂଚନା ଦିଆଯାଇଛି । ଏହାର ପ୍ରଭାବରେ ଉପକୂଳ ସମେତ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି ।ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଏହାର ପ୍ରଭାବରେ ୨୪ତାରିଖରେ ଉପକୂଳ ଓଡ଼ିଶାର ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଗଞ୍ଜାମ ଓ ଗଜପତିରେ ହାଲୁକା ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ୨୫ ତାରିଖରେ ବର୍ଷାର ପରିମାଣ ବୃଦ୍ଧି ପାଇବ । ଉପକୂଳ ଓଡ଼ିଶା ସମେତ ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି, ଅନୁଗୁଳ, ଢ଼େଙ୍କାନାଳ ଓ ନୟାଗଡ଼ ଜିଲ୍ଲାରେ ବର୍ଷା ହେବ । ବିଶେଷ କରି ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।ଏହି ସମୟରେ ଘଣ୍ଟା ପ୍ରତି ୫୦ରୁ ୬୦ କି.ମି ବେଗରେ ପବନ ବହିବ । ଏପରିକି ସ୍ଥଳ ବିଶେଷରେ ଏହା ୭୦ କି.ମି ଛୁଇଁବାର ସମ୍ଭାବନା ରହିଛି । ଏହି ସମୟରେ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ଭିତରକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି । ଅବପାତଟି ପ୍ରଥମେ ଆନ୍ଧ୍ରମୁହାଁ ହୋଇ ଦିଗ ପରିବର୍ତ୍ତନ କରିବାପରେ ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଆଡ଼କୁ ମୁହାଁଇବ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Trending
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
Prev Post
Next Post