ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସହରର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ପ୍ରସିଦ୍ଧ ଛତର ବିଜୟଯାତ୍ରା ରବିବାର ଶାନ୍ତିଶୃଙ୍ଖଳା ତଥା ଉତ୍ସାହ ଓ ଉଦ୍ଦୀପନା ମଧ୍ୟରେ ସମ୍ପନ୍ନ ହୋଇଛି। ପ୍ରଥା ଆଗରେ ପୁଣି ମୁଣ୍ଡ ନୁଆଁଇଲା ପ୍ରଶାସନ। ବାରଣ ସତ୍ତ୍ବେ ପଡ଼ିଲା ବଳି।ହଜାରହଜାର ପ୍ରାଣୀଙ୍କ ରକ୍ତରେ ଭିଜିଲା ଜେନାଖାଲ ନିକଟରୁ ମାଣିକେଶ୍ୱରୀ ମନ୍ଦିର ପର୍ଯ୍ୟନ୍ତ ରାଜରାସ୍ତା। ସହରର ଜେନାଖାଲଠାରୁ ମାଣିକେଶ୍ୱରୀ ମନ୍ଦିର ପର୍ଯ୍ୟନ୍ତ ମା’ ମାଣିକେଶ୍ୱରୀଙ୍କ ଚଳନ୍ତି ପ୍ରତିମା ଛତରର ଦର୍ଶନ ନିମନ୍ତେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥିଲା। ବଳି ବନ୍ଦ ପାଇଁ ସର୍ବୋଚ୍ଚ ନ୍ୟାୟାଳୟ ଓ ଉଚ୍ଚନ୍ୟାୟାଳୟଙ୍କ ନିର୍ଦ୍ଦେଶନାମା ରହିଥିଲେ ହେଁ ହଜାର ହଜାର ଭକ୍ତ ସେମାନଙ୍କର ମାନସିକ ପୂରଣ ନିମନ୍ତେ ବଳି ଦେଇଥିଲେ।ଲକ୍ଷାଧିକ ଭକ୍ତଙ୍କ ଗହଣରେ ଘୁମୁରା, ନିଶାନ, ଘଣ୍ଟ ଆଦି ବାଦ୍ୟ ମଧ୍ୟରେ ଛିଟକନା, ମନ୍ଦାରଫୁଲ, ବେଲପତ୍ର ମାଳରେ ବସ୍ତ୍ରାବୃତ୍ତ ‘ଛତର’ ଝୁମି ଝୁମି ମାଣିକେଶ୍ୱରୀ ମନ୍ଦିରକୁ ମଧ୍ୟାହ୍ନ ୧୨ଟା ୧୮ ମିନିଟରେ ପ୍ରତ୍ୟାବର୍ତ୍ତନ କରିଥିଲା। ଛତରକୁ ମାନସିକ କରିଥିବା ହଜାର ହଜାର ଭକ୍ତ କୁକୁଡ଼ା, ପାରା, ବୋଦା, ମେଣ୍ଢା ଆଦି ଜାତୀୟ ରାଜପଥ ୨୬ର ଉଭୟ ପାର୍ଶ୍ବରେ ବଳି ଦେଇଥିଲେ। ଫଳରେ ସମଗ୍ର ରାଜରାସ୍ତା ରକ୍ତରଞ୍ଜିତ ହୋଇଯାଇଥିଲା। ଛତର ସମ୍ମୁଖରେ ଘୁମୁରା ନୃତ୍ୟ, ସିଂହବାଦ୍ୟ, ଘଣ୍ଟବାଦ୍ୟ ଓ ନିଶାନ ବାଦ୍ୟ ଆଦି ଦଳ ଶୋଭାଯାତ୍ରାରେ ଅଂଶଗ୍ରହଣ କରିଥିଲେ। ମା’ଙ୍କ ଛତର ସିଂହଦ୍ୱାର ନିକଟରେ ପହଞ୍ଚିବା ପରେ ମହାରାଜା ଅନନ୍ତ ପ୍ରତାପ ଦେଓଙ୍କ ସହ ତାଙ୍କ ସପରିବାରର ସଦସ୍ୟମାନେ ବନ୍ଦାପନା କରି ସ୍ୱାଗତ ଜଣାଇ ମନ୍ଦିର ଭିତରକୁ ନେଇଥିଲେ।
Trending
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
Next Post