ଲାଲକିଲ୍ଲାରେ ରାବଣ ପ୍ରତିକୃତିରେ ଅଗ୍ନି ସଂଯୋଗ କରିବେ ଜଣେ ମହିଳା । ଦିଲ୍ଲୀର ପ୍ରସିଦ୍ଧ ଲାଲକିଲ୍ଲାରେ ହେଉଥିବା ରାବଣ ପୋଡ଼ି କାର୍ଯ୍ୟକ୍ରମରେ ଅତିଥି ଭାବେ ଯୋଗ ଦେଇ ରାବଣ ପ୍ରତିକୃତିରେ ଅଗ୍ନିସଂଯୋଗ କରିବେ ଅଭିନେତ୍ରୀ କଙ୍ଗନା ରାନାୱତ୍। ଉଲ୍ଲେଖନୀୟ କଥା ହେଲା, ଏହି ରାବଣ ଦହନ କାର୍ଯ୍ୟକ୍ରମର ଦୀର୍ଘ ୫୦ ବର୍ଷର ଇତିହାସରେ ପ୍ରଥମ ଥର ଲାଗି ଜଣେ ମହିଳା ରାବଣର ପ୍ରତିକୃତିରେ ନିଆଁ ଲଗାଇବେ। ଚଳିତ ବର୍ଷ ଐତିହାସିକ ମହିଳା ସଂରକ୍ଷଣ ବିଲ୍ ପାରିତ ହୋଇଥିବାରୁ ଏହାକୁ ସମ୍ମାନ ଜଣାଇ ଲବକୁଶ ରାମଲୀଳା କମିଟି ଜଣେ ମହିଳାଙ୍କ ହସ୍ତରେ ରାବଣ ଦହନ କରିବାର ନିଷ୍ପତ୍ତି ନେଇଛି ଓ ଅଭିନେତ୍ରୀ କଙ୍ଗନାଙ୍କୁ ଏଥିଲାଗି ଚୟନ କରାଯାଇଛି ବୋଲି କମିଟିର ଅଧ୍ୟକ୍ଷ ଅର୍ଜୁନ ସିଂ ସୂଚନା ଦେଇଛନ୍ତି।
Trending
- ଆସନ୍ତାକାଲି ଶ୍ରୀମନ୍ଦିରକୁ ବାହୁଡ଼ିବେ ଶ୍ରୀଜିଉ,ଆଜି ନବମୀ ତିଥିରେ ସନ୍ଧ୍ୟା ଦର୍ଶନ କରିବେ ଭକ୍ତ
- ଛାତ୍ରଙ୍କ ସମର୍ଥନରେ ବାହାରିଲେ ସାମାଜିକ କାର୍ଯ୍ୟକର୍ତ୍ତା ଆନ୍ନା ହଜାରେ,ମହାତ୍ମା ଗାନ୍ଧିଙ୍କ ପ୍ରତିମା ନିକଟରେ ୨ ଘଣ୍ଟା ମୌନ ବ୍ରତ କରିଛନ୍ତି ଆନ୍ନା
- ବିଲକୁ ଓଲଟିଲା ଘରୋଇ ବସ୍,୪୦ ଆହତ
- ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ ୪ ଗେଟ୍,ବର୍ତ୍ତମାନ ୧୬ ଟି ଗେଟ୍ ଦେଇ ପାଣି ନିଷ୍କାସିତ
- ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ମିଳିବ ଶୀଘ୍ର ନ୍ୟାୟ, ରାଜ୍ୟର ୬ଟି ଜିଲ୍ଲାରେ ଏକ୍ସକ୍ଲୁସିଭ୍ ସ୍ୱତନ୍ତ୍ର କୋର୍ଟ ସ୍ଥାପନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ