ରେଲୱେ ପକ୍ଷରୁ ଆସିଛି ଏକ ବଡ଼ ନିଯୁକ୍ତି ସୁଯୋଗ । ୩୧୧୫ଟି ଆପ୍ରେଣ୍ଟିସ ପଦରେ ପ୍ରାର୍ଥୀଙ୍କୁ ନିଯୁକ୍ତି ଦିଆଯିବ । ଗତ ମାସ ୨୭ ତାରିଖରୁ ଅନଲାଇନ୍ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଆସନ୍ତାକାଲି ଅନ୍ତିମ ତାରିଖ ରହିଛି । ଇଚ୍ଛୁକ ପ୍ରାର୍ଥୀମାନେ ତଳେ ଦିଆଯାଇଥିବା ନୋଟିଫିକେସନ ଲିଙ୍କକୁ ଯାଇ ସବିଶେଷ ବିବରଣୀ ପାଇ ପାରିବେ ।ପ୍ରାର୍ଥୀଙ୍କୁ ଏଥିପାଇଁ ୧୦୦ ଟଙ୍କାର ଆବେଦନ ଫିସ୍ ଜମା କରିବାକୁ ପଡ଼ିବ । ପେମେଣ୍ଟ ଡେବିଟ କାର୍ଡ/ କ୍ରେଡିଟ କାର୍ଡ / ଇଣ୍ଟରନେଟ ବ୍ୟାଙ୍କିଂ ଜରିଆରେ ଗ୍ରହଣ କରାଯିବ । ୨୦୨୦ ମସିହା ମାର୍ଚ୍ଚ ମାସ ୧୩ ତାରିଖ ସୁଦ୍ଧା ପ୍ରାର୍ଥୀଙ୍କର ବୟସ ୧୫ରୁ ୨୪ ବର୍ଷ ମଧ୍ୟରେ ହୋଇଥିବା ଆବଶ୍ୟକ । ଅନୁସୂଚିତ ଜାତି (ଏସସି), ଅନୁସୂଚିତ ଜନଜାତି (ଏସଟି), ଅନ୍ୟ ପଛୁଆ ବର୍ଗ (ଓବିସି) ଓ ପିଡବ୍ଲ୍ୟୁଡି ପ୍ରାର୍ଥୀଙ୍କ କ୍ଷେତ୍ରରେ ନିୟମ ଅନୁଯାୟୀ ବୟସ କୋହଳ କରାଯିବ ।ପ୍ରାର୍ଥୀ ଦଶମ କିମ୍ବା ଏହାର ସମତୁଲ୍ୟ ପରୀକ୍ଷାରେ (ଯୁକ୍ତଦୁଇ ପରୀକ୍ଷା ବ୍ୟବସ୍ଥା ଅଧିନରେ) ସର୍ବନିମ୍ନ ୫୦ ପ୍ରତିଶତ ମାର୍କ ରଖି ପାସ୍ କରିଥିବେ । ଏଥିସହିତ ପ୍ରାର୍ଥୀ ଏନସିଭିଟି / ଏସସିଭିଟି ଦ୍ୱାରା ପ୍ରାସଙ୍ଗିକ ବିଭାଗରେ ନ୍ୟାସନାଲ ଟ୍ରେଡ ସାର୍ଟିଫିକେଟ ହାସଲ କରିଥିବେ ।
Trending
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା