ଦୁର୍ବଳ ହେଲା ବାତ୍ୟା

ଆଜି ମିଜୋରାମରେ ପ୍ରବଳ ବର୍ଷା

ଭୀଷଣ ବାତ୍ୟା ହାମୁନ୍ ଦୁର୍ବଳ ହୋଇ ବାତ୍ୟା ଭାବେ ଉପକୂଳ ଅତିକ୍ରମ କରିଛି । ରାତି ଗୋଟାଏ ୩୦ରୁ ୨ଟା ୩୦ ମଧ୍ୟରେ ଦକ୍ଷିଣ ଚିଟାଗଙ୍ଗ ନିକଟରେ ଉପକୂଳ ଅତିକ୍ରମ କରିଛି ବାତ୍ୟା ହାମୁନ୍ । ଏହି ସମୟରେ ପବନର ଘଣ୍ଟାପ୍ରତି ବେଗ ୭୫ରୁ ୮୫ କିଲୋମିଟର ରହିଥିଲା । କିଛି ଘଣ୍ଟା ମଧ୍ୟରେ ବାତ୍ୟା ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହେବ। ଏହାର ୬ ଘଣ୍ଟାରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆଜି ମିଜୋରାମରେ ପ୍ରବଳ ବର୍ଷା ହୋଇପାରେ ।

ଆସନ୍ତାକାଲି ମିଜୋରାମ୍ ଓ ତ୍ରିପୁରାର କିଛି ଅଞ୍ଚଳରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।