ତୀବ୍ର ହେବାରେ ଲାଗିଛି ଇସ୍ରାଏଲ-ହମାଲ ଯୁଦ୍ଧ ସଂକଟ । ସିରିଆସ୍ଥିତ ଇରାନର ଦୁଇଟି ସାମରିକ ସ୍ଥଳୀରେ ଏୟାରଷ୍ଟ୍ରାଇକ କରିଛି ଆମେରିକା । ସିରିଆସ୍ଥିତ ଇସଲାମିକ ରିଭଲ୍ୟୁସନାରୀ ଗାର୍ଡ କର୍ପସ ବା ଆଇରଜିସିର ଦୁଇଟି ସ୍ଥଳୀରେ ହମଲା କରିଛି ଆମେରିକା ମିଲିଟାରୀ । ଏକ ବିଜ୍ଞପ୍ତି ଜରିଆରେ ଏନେଇ ସୂଚନା ଦେଇଛନ୍ତି ଆମେରିକା ପ୍ରତିରକ୍ଷା ସଚିବ ଲୟଡ ଅଷ୍ଟିନ । ସେ କହିଛନ୍ତି ଇରାକ ଓ ସିରିଆରେ ଅବସ୍ଥାପିତ ଆମେରିକା ସୈନ୍ୟଙ୍କ ଉପରେ ଇରାନର କେତେକ ସଂଗଠନ ଆକ୍ରମଣ କରିବା ପ୍ରତିବାଦରେ ପ୍ରିସିସନ ସେଲଫ ଡିଫେନ୍ସ ଷ୍ଟ୍ରାଇକ କରାଯାଇଛି ।ଇରାନର ଆକ୍ରମଣରେ ଜଣେ ଆମେରିକୀୟ କଣ୍ଟ୍ରାକ୍ଟରଙ୍କ ମୃତ୍ୟୁ ଘଟିଥିବାବେଳେ ୨୧ ଜଣ ଆମେରିକୀୟ ସୈନ୍ୟ ଆହତ ହୋଇଥିଲେ ବୋଲି କହିଛନ୍ତି ଅଷ୍ଟିନ । ଆମେରିକୀୟ ସୈନ୍ୟଙ୍କ ଉପରେ ଇରାନ ଆକ୍ରମଣ କରୁଥିବା ନେଇ ଗତ ଗୁରୁବାର ଇରାନର ସୁପ୍ରିମଲିଡର ଆୟାତୋଲ୍ଲା ଖୋମିନୀଙ୍କୁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଚେତାବନୀ ଦେବା ପରେ ସିରିଆରେ ଏହି ହମଲା ହୋଇଛି ।
Trending
- ବିହାର ରେ ପ୍ରଥମ ପର୍ଯ୍ୟାୟ ଭୋଟଗ୍ରହଣ , ସନ୍ଧ୍ୟା ୫ ଟା ସୁଦ୍ଧା ରାଜ୍ୟରେ ୬୦.୧୩ ପ୍ରତିଶତ ଭୋଟର ମତଦାନ ରେକର୍ଡ
- ନବୀନଙ୍କ ଉପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବିହାର ବିଧାନସଭା ନିର୍ବାଚନ , ଦିନ ୧୦ଟା ସୁଦ୍ଧା ୧୩.୧୩% ମତଦାନ
- ଗ୍ରୀନ୍ ଇଣ୍ଡିଆ ଚିଟ୍ ଫଣ୍ଡ୍ ଠକେଇ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ବ୍ରହ୍ମପୁରରେ ଚଢ଼ାଉ କରିଛି
- ଗୁରୁବାର ପାଇଁ ମାଡ଼ ଖାଇଛି ଛାଡ଼ଖାଇ
- ଆଜି ବିହାରରେ ପ୍ରଥମ ପର୍ଯ୍ୟାୟ ମତଦାନ,୧୩୧୪ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା କରୁଛନ୍ତି ୩କୋଟି ୭୫ଲକ୍ଷ ଭୋଟର
- ବାଲିଯାତ୍ରା ଏକ ପର୍ବ ନୁହେଁ, ଏହା ଓଡ଼ିଶାର ଗୌରବମୟ ନୌବାଣିଜ୍ୟ ଐତିହ୍ୟ ଓ ସାଧବଙ୍କ ଦୁଃସାହସିକ ମନୋବଳର ପ୍ରତୀକ
- ବେଦାନ୍ତ ଆଲୁମିନିୟମ୍ ଝାରସୁଗୁଡାରେ ସାଇବର ସୁରକ୍ଷା ସଚେତନତା ଅଭିଯାନ – ଓଡିଶା ୨୦୨୫’ ଅଧିବେଶନର ଆୟୋଜିତ
- ଅଙ୍ଗନବାଡ଼ି ଚଣା ଓ ମୁଢ଼ି ଯୋଗାଣରେ ଅନିୟମିତତା ଅଭିଯୋଗ
- ଜାନୁଆରି ୧ ରେ ଆରମ୍ଭ ହେବ ଝାରସୁଗୁଡ଼ା ଜିଲ୍ଲା ମହୋତ୍ସବ ଦୁଲଦୁଲି
Prev Post
Next Post