ଆଜି ମା ଲକ୍ଷ୍ମୀଙ୍କ ପୂଜା । ବିଭିନ୍ନ ଅନୁଷ୍ଠାନ, କ୍ଲବ୍ ଓ ବାଣିଜ୍ୟିକ ପ୍ରତିଷ୍ଠାନରେ ପୂଜା ହେଉଛି । କେଉଁଠି ସପ୍ତାହବ୍ୟାପୀ ତ ଆଉ କେଉଁଠି ୧୨ ଦିନ ଧରି ସାଂସ୍କୃତିକ କାର୍ଯ୍ୟକ୍ରମ ହେବ । ପ୍ରମୁଖ ଅନୁଷ୍ଠାନଗୁଡ଼ିକରେ ଏଥର ସୁନ୍ଦର ତୋରଣ କରାଯାଇଛି। ଆଲୋକୀକରଣ ମୁଖ୍ୟ ଆକର୍ଷଣ ସାଜିଛି। ବିଭିନ୍ନ ପୂଜା ମଣ୍ଡପରେ ଲକ୍ଷ୍ମୀପୂଜା ଅଧିକ ଆକର୍ଷଣୀୟ ହୋଇଛି। ପାଖାପାଖି ସପ୍ତହେ ବ୍ୟାପି ମହାଲକ୍ଷ୍ମୀଙ୍କର ଏଇ ପୂଜା ଢେଙ୍କାନାଳ, ଚୌଦ୍ୱାର ଓ ଓଡ଼ିଶାର ଅନ୍ୟାନ୍ୟ ଅଞ୍ଚଳରେ ବଡ଼ ଧୂମ୍ଧାମ୍ରେ ପାଳନ କରାଯାଏ। ଲକ୍ଷ୍ମୀ ଧନସମ୍ପଦ, ସୌଭାଗ୍ୟ, ସୁଖ୍ୟାତି, ସୁଖସମୃଦ୍ଧି, ସୌନ୍ଦର୍ଯ୍ୟ ଓ ପ୍ରେମର ଦେବୀ ଅଟନ୍ତି । ସେ ଶ୍ରୀ ଭାବେ ମଧ୍ୟ ପରିଚିତ । ସେ ଭଗବାନ ବିଷ୍ଣୁଙ୍କର ସହଧର୍ମିଣୀ ଓ ଶକ୍ତି ସୂରୁପା । ରାମାୟଣ ମତେ ସମୁଦ୍ର ମନ୍ଥନ ସମୟରେ ଅମୃତପାତ୍ର ଧରି ସେ ପୃଥିବୀ ପୃଷ୍ଠକୁ ଆସିଥିଲେ । ସେ ସମୁଦ୍ରଙ୍କର କନ୍ୟା । ଲକ୍ଷ୍ମୀଙ୍କର ବାହାନ ପେଚା, ମତାନ୍ତରେ ହାତୀ । ଲକ୍ଷ୍ମୀଙ୍କର ନାମ ଲକ୍ଷ ଶବ୍ଦରୁ ଆସିଛି । ରୁକ୍ମଣୀ ଓ ସତ୍ୟଭାମା ଲକ୍ଷ୍ମୀଙ୍କ ଅବତାର ଭାବେ ପରିଚିତ । ପ୍ରେମ ଏବଂ ପ୍ରଜନନର ଦେବତା କାମଦେବ ବିଷ୍ଣୁ ଓ ଲକ୍ଷ୍ମୀଙ୍କର ପୁତ୍ର ଭାବେ ବର୍ଣ୍ଣିତ ହେଇଥାନ୍ତି । ତାଙ୍କର ଚାରିହାତ ଧର୍ମ, କାମନା, ଅର୍ଥ ଓ ମୋକ୍ଷର ପ୍ରତୀକ । ତାଙ୍କୁ ପୂଜାକରିବା ଦ୍ୱାରା ଧର୍ମ, କାମନା, ଅର୍ଥ ଓ ମୋକ୍ଷ ଭାବନାରୁ ମୁକ୍ତ ହୋଇ ଜଣେ ନିର୍ବାଣ ପାଇପାରିବ । ଓଡ଼ିଶାରେ ପ୍ରତ୍ୟେକ ହିନ୍ଦୁଘରେ ଗୁରୁବାର ଦିନ ଲକ୍ଷ୍ମୀଙ୍କର ପୂଜା ହୁଏ । ଭୃଗୁଋଷିଙ୍କ ତପସ୍ୟା ଫଳରେ ସେ ଭାର୍ଗବୀ, ଶ୍ରୀ ଆଦି ରୂପରେ ଅବତୀର୍ଣ୍ଣା ହୋଇଥିଲେ । ଓଡ଼ିଶାରେ ମାର୍ଗଶିର ମାସ ଗୁରୁବାର ଲକ୍ଷ୍ମୀଙ୍କର ପ୍ରିୟପୂଜା ମାଣବସା ପୂଜା ନାମରେ ପ୍ରସିଦ୍ଧ ।
Trending
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ
Prev Post