ଆଜି ମା ଲକ୍ଷ୍ମୀଙ୍କ ପୂଜା । ବିଭିନ୍ନ ଅନୁଷ୍ଠାନ, କ୍ଲବ୍ ଓ ବାଣିଜ୍ୟିକ ପ୍ରତିଷ୍ଠାନରେ ପୂଜା ହେଉଛି । କେଉଁଠି ସପ୍ତାହବ୍ୟାପୀ ତ ଆଉ କେଉଁଠି ୧୨ ଦିନ ଧରି ସାଂସ୍କୃତିକ କାର୍ଯ୍ୟକ୍ରମ ହେବ । ପ୍ରମୁଖ ଅନୁଷ୍ଠାନଗୁଡ଼ିକରେ ଏଥର ସୁନ୍ଦର ତୋରଣ କରାଯାଇଛି। ଆଲୋକୀକରଣ ମୁଖ୍ୟ ଆକର୍ଷଣ ସାଜିଛି। ବିଭିନ୍ନ ପୂଜା ମଣ୍ଡପରେ ଲକ୍ଷ୍ମୀପୂଜା ଅଧିକ ଆକର୍ଷଣୀୟ ହୋଇଛି। ପାଖାପାଖି ସପ୍ତହେ ବ୍ୟାପି ମହାଲକ୍ଷ୍ମୀଙ୍କର ଏଇ ପୂଜା ଢେଙ୍କାନାଳ, ଚୌଦ୍ୱାର ଓ ଓଡ଼ିଶାର ଅନ୍ୟାନ୍ୟ ଅଞ୍ଚଳରେ ବଡ଼ ଧୂମ୍ଧାମ୍ରେ ପାଳନ କରାଯାଏ। ଲକ୍ଷ୍ମୀ ଧନସମ୍ପଦ, ସୌଭାଗ୍ୟ, ସୁଖ୍ୟାତି, ସୁଖସମୃଦ୍ଧି, ସୌନ୍ଦର୍ଯ୍ୟ ଓ ପ୍ରେମର ଦେବୀ ଅଟନ୍ତି । ସେ ଶ୍ରୀ ଭାବେ ମଧ୍ୟ ପରିଚିତ । ସେ ଭଗବାନ ବିଷ୍ଣୁଙ୍କର ସହଧର୍ମିଣୀ ଓ ଶକ୍ତି ସୂରୁପା । ରାମାୟଣ ମତେ ସମୁଦ୍ର ମନ୍ଥନ ସମୟରେ ଅମୃତପାତ୍ର ଧରି ସେ ପୃଥିବୀ ପୃଷ୍ଠକୁ ଆସିଥିଲେ । ସେ ସମୁଦ୍ରଙ୍କର କନ୍ୟା । ଲକ୍ଷ୍ମୀଙ୍କର ବାହାନ ପେଚା, ମତାନ୍ତରେ ହାତୀ । ଲକ୍ଷ୍ମୀଙ୍କର ନାମ ଲକ୍ଷ ଶବ୍ଦରୁ ଆସିଛି । ରୁକ୍ମଣୀ ଓ ସତ୍ୟଭାମା ଲକ୍ଷ୍ମୀଙ୍କ ଅବତାର ଭାବେ ପରିଚିତ । ପ୍ରେମ ଏବଂ ପ୍ରଜନନର ଦେବତା କାମଦେବ ବିଷ୍ଣୁ ଓ ଲକ୍ଷ୍ମୀଙ୍କର ପୁତ୍ର ଭାବେ ବର୍ଣ୍ଣିତ ହେଇଥାନ୍ତି । ତାଙ୍କର ଚାରିହାତ ଧର୍ମ, କାମନା, ଅର୍ଥ ଓ ମୋକ୍ଷର ପ୍ରତୀକ । ତାଙ୍କୁ ପୂଜାକରିବା ଦ୍ୱାରା ଧର୍ମ, କାମନା, ଅର୍ଥ ଓ ମୋକ୍ଷ ଭାବନାରୁ ମୁକ୍ତ ହୋଇ ଜଣେ ନିର୍ବାଣ ପାଇପାରିବ । ଓଡ଼ିଶାରେ ପ୍ରତ୍ୟେକ ହିନ୍ଦୁଘରେ ଗୁରୁବାର ଦିନ ଲକ୍ଷ୍ମୀଙ୍କର ପୂଜା ହୁଏ । ଭୃଗୁଋଷିଙ୍କ ତପସ୍ୟା ଫଳରେ ସେ ଭାର୍ଗବୀ, ଶ୍ରୀ ଆଦି ରୂପରେ ଅବତୀର୍ଣ୍ଣା ହୋଇଥିଲେ । ଓଡ଼ିଶାରେ ମାର୍ଗଶିର ମାସ ଗୁରୁବାର ଲକ୍ଷ୍ମୀଙ୍କର ପ୍ରିୟପୂଜା ମାଣବସା ପୂଜା ନାମରେ ପ୍ରସିଦ୍ଧ ।
Trending
- ମାତ୍ର ୪ ମିନିଟ ଚାଲିବା ପରେ ଅପରାହ୍ଣ ୪ଟା ଯାଏ ଗୃହ ମୁଲତବୀ ଘୋଷଣା କଲେ ବାଚସ୍ପତି
- ରାହୁଲ ଦେଶରେ ନିଆଁ ଲଗାଇବାକୁ ଚାହୁଁଛନ୍ତି : ବିଜେପି
- ଶୁଭମିତ୍ରା ହତ୍ୟାକାରୀ ଦୀପକଙ୍କ ଗୁମର ଫିଟୁଛି
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
Prev Post