୨୦୨୪ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି ରାଜ୍ୟ କଂଗ୍ରେସ । କେନ୍ଦ୍ରୀୟ ନେତାଙ୍କୁ ଆଣି ଦଳ ତୃଣମୂଳ ସ୍ତରରୁ ସ୍ଥିତି ସଜାଡ଼ିବାକୁ ଅଣ୍ଟା ଭିଡ଼ିଛି । ରାହୁଲ ଓ ପ୍ରିୟଙ୍କା ଗାନ୍ଧୀ ଓଡ଼ିଶା ଆସିବା ଲାଗି ଆମନ୍ତ୍ରଣ କରିଛି ରାଜ୍ୟ କଂଗ୍ରେସ । ଅନ୍ୟପଟେ ନିଜ ଉପରୁ ଦଳୀୟ ନିଲମ୍ବନ ଉଠାଇବା ପାଇଁ ବିଧାୟକ ମହମ୍ମଦ ମୋକିମ ବ୍ୟାକଳୁ ଥିବା ବେଳେ ଏବେ ନିଲମ୍ବନ ଉଠିବ ନାହିଁ ବୋଲି ପିସିସି ପ୍ରଭାରୀ କହିଛନ୍ତି । ସେପଟେ ଟିକେଟ୍ ବଣ୍ଟା ନେଇ କଂଗ୍ରେସ କସରତ ଆରମ୍ଭ କରିଛି ।ରାଜ୍ୟ କଂଗ୍ରେସକୁ ଘାରିଛି ସ୍ଥିତି ସୁଧାରିବା ଚିନ୍ତା । ଦଳ ନେବ କେନ୍ଦ୍ରୀୟ ନେତାଙ୍କ ସହାୟତା । ଓଡ଼ିଶା ଆସିବାକୁ ରାହୁଲ ଓ ପ୍ରିୟଙ୍କା ଗାନ୍ଧୀଙ୍କୁ ଆମନ୍ତ୍ରଣ । ମୋକିମଙ୍କ ନିଲମ୍ବନକୁ ଝୁଲାଇ ରଖିଲେ ପ୍ରଭାରୀ । ଓଡ଼ିଶା ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ ପ୍ରିୟଙ୍କା ଗାନ୍ଧୀ । ଡିସେମ୍ବରରୁ ଜାନୁଆରୀ ଭିତରେ ଓଡ଼ିଶା ଆସିବାକୁ ଆମନ୍ତ୍ରଣ କରିଛି ରାଜ୍ୟ କଂଗ୍ରେସ । କେନ୍ଦ୍ରୀୟ ନେତାଙ୍କ ସହାୟତାରେ ତୃଣମୂଳ ସ୍ତରରେ କଂଗ୍ରେସ ସଂଗଠନକୁ ମଜଭୁତ କରିବା ପାଇଁ ରୋଡମ୍ୟାପ୍ ପ୍ରସ୍ତୁତ କରିଛି । ରାହୁଲ ଗାନ୍ଧୀଙ୍କୁ ନେଇ ୪ଟି ବଡ଼ସଭା କରିବାକୁ ଦଳ ଲକ୍ଷ୍ୟ ରଖିଥିବା ପିସିସି ପ୍ରଭାରୀ ଚେଲ୍ଲା କୁମାର କହିଛନ୍ତି । ପାଞ୍ଚଟି ରାଜ୍ୟରେ ନିର୍ବାଚନ ପରେ କଂଗ୍ରେସର ଟପ୍ କେନ୍ଦ୍ରୀୟ ନେତା ଓଡ଼ିଶା ଆସିବା କାର୍ଯ୍ୟକ୍ରମ ଥିବାରୁ ଦଳ ଗ୍ରାଉଣ୍ଡରେ ପ୍ରସ୍ତୁତି ଆରମ୍ଭ କରିଛି ।
Trending
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
Prev Post
Next Post